ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିିଲେ ୨୮୪ ପ୍ରବାସୀ

ବାରିପଦା ଅଫିସ,୨୭ା୫- ଲକ୍‌ଡାଉନ ଯୋଗୁ ତାମିଲନାଡ଼ୁରେ ଫସି ରହିଥିବା ୨୮୪ ପ୍ରବାସୀ ମଙ୍ଗଳବାର ସ୍ବତନ୍ତ୍ର ଟ୍ରେନ୍‌ରେ ମୟୂରଭଞ୍ଜ ଜିଲା ବାରିପଦାକୁ ଫେରିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରୁ ୨୧୮ ଜଣ ମୟୂରଭଞ୍ଜ ଜିଲାର ହୋଇଥିବା ବେଳେ ୬୬ ଜଣ ଅନ୍ୟ ଜିଲାର। ଅପରାହ୍ନ ୪ଟା ୫୦ ମିନିଟ ସମୟରେ ୨୪ ବଗି ବିଶିଷ୍ଟ ଟ୍ରେନ୍‌ଟି ବାରିପଦାର ଭଞ୍ଜପୁର ଷ୍ଟେଶନରେ ପହଞ୍ଚିଥିଲା। ସେଠାରେ ଜିଲା ପ୍ରଶାସନ ପକ୍ଷରୁ ଖୋଲାଯାଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବାସୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ଖାଦ୍ୟ ପ୍ରଦାନ କରାଯାଇଥିଲା। ଜିଲାପାଳ ବୀନିତ ଭରଦ୍ୱାଜ, ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଜିଲା ପରିବହନ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଇଥିବା ୫୦ଟି ସ୍ବତନ୍ତ୍ର ବସ୍‌ରେ ସେମାନଙ୍କୁ ଜିଲାର ବିଭିନ୍ନ ପଞ୍ଚାୟତରେ ହୋଇଥିବା କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ପଠାଯାଇଥିଲା। ଏହାକୁ ଠିକ୍‌ ଭାବରେ ପରିଚାଳନା କରିବା ପାଇଁ ୨୩ଟି କାଉଣ୍ଟର ହୋଇଥିବା ବେଳେ ୧୫୦ ସରକାରୀ ଅଫିସର ଓ କର୍ମଚାରୀ ନିୟୋଜିତ ହୋଇଥିଲେ। ସେହିଭଳି ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ୩ ପ୍ଲାଟୁନ ଫୋଲିସ ଫୋର୍ସ ଘଟଣାସ୍ଥଳରେ ମୁତୟନ ହୋଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ପ୍ରବାସୀମାନେ ଆସିବା ଜାଣି ଟ୍ରେନ୍‌ ସମୟରେ ଆଖପାଖ ଅଞ୍ଚଳର ଲୋକେ ସେମାନଙ୍କୁ ଦେଖିବା ପାଇଁ ରୁଣ୍ଡ ହୋଇଥିଲେ। ପରେ ପୋଲିସ ସେମାନଙ୍କୁ ଘଉଡାଇବାରୁ ପଳାଇଥିଲେ। ଏହା ବ୍ୟତୀତ ମଙ୍ଗଳବାର ସକାଳ ୮ଟାରୁ ଭଞ୍ଜପୁର ଷ୍ଟେଶନ ସମେତ ୫୦୦ ମିଟର ପରିଧି ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?