ସ୍ବତନ୍ତ୍ର ତାଲିକାରେ ବିଜୟ ଶଙ୍କର

ମାଞ୍ଚେଷ୍ଟର,୧୭।୬- ଭାରତୀୟ ଅଲରାଉଣ୍ଡର ବିଜୟ ଶଙ୍କର ବିଶ୍ୱକପ୍‌ ଇତିହାସର ୩ୟ ବୋଲର ଭାବେ ପ୍ରଥମ ବଲରେ ଉଇକେଟ ନେବାର ସଫଳତା ପାଇଛନ୍ତି। ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ର ୫ମ ଓଭରରେ ଇମାମ ଉଲ୍‌ ହକ୍‌ଙ୍କୁ ଆଉଟ୍‌କରି ସେ ଏହି ଏଲିଟ୍‌ ତାଲିକାରେ ସ୍ଥାନ ପାଇବାର ସୌଭାଗ୍ୟ ଲାଭ କରିଛନ୍ତି। ମ୍ୟାଚ୍‌ର ୪.୪ ଓଭରରେ ଭୁବନେଶ୍ୱର କୁମାର ଆହତ ହୋଇ ପ୍ୟାଭିଲିଅନ ଫେରିଯାଇଥିଲେ। ତାଙ୍କ ଓଭର ପୂରା କରିବା ଲାଗି ବିଜୟଙ୍କୁ ଡକରା ଦେଇଥିଲେ ଅଧିନାୟକ ବିରାଟ କୋହଲି। ସେ ପ୍ରଥମ ବଲରେ ବାମହାତୀ ବ୍ୟାଟ୍ସମ୍ୟାନ ଇମାମଙ୍କୁ ଏଲ୍‌ବିଡବ୍ଲ୍ୟୁ କରିଥିଲେ। ସ୍ବତନ୍ତ୍ର ତାଲିକାରେ ଶଙ୍କରଙ୍କ ବ୍ୟତୀତ ବରମୁଡାର ମାଲଚି ଜୋନ୍ସ ଓ ଅଷ୍ଟ୍ରେଲିଆର ଇଆନ ହାର୍ଭି ରହିଛନ୍ତି। ୨୦୦୭ ବିଶ୍ୱକପ୍‌ ସଂସ୍କରଣରେ ବରମୁଡାର ଜୋନ୍ସ ଭାରତୀୟ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କୁ ବିଶ୍ୱକପ୍‌ର ପ୍ରଥମ ବଲରେ ଆଉଟ୍‌ କରିଥିଲେ। ହାର୍ଭି ବିଶ୍ୱକପ୍‌ରେ ବୋଲିଂ କରିଥିବା ପ୍ରଥମ ବଲରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସଲିମ ଇଲାହିଙ୍କୁ ପ୍ୟାଭିଲିଅନ ବାଟ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri