ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟସରକାରଙ୍କ ନିଷ୍ପତ୍ତିକ୍ରମେ ଓଡ଼ିଶା ବସ୍‌ ମାଲିକ ସଂଘ ସହିତ ଆଲୋଚନା କରି ଆସନ୍ତା ଜୁନ୍‌ ୧ତାରିଖଠାରୁ ଗାଡ଼ି ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି। ମାଲିକମାନଙ୍କର ଦାବି ମୁତାବକ ୩ମାସର ରୋଡଟ୍ୟାକ୍ସ ଛାଡ଼ କରିବା, ବୀମା ଓ ଗାଡ଼ିର କିସ୍ତି ସମ୍ପର୍କରେ କୋହଳ ମନୋଭାବ ପୋଷଣ କରି ଗାଡ଼ି ଚଳାଚଳ ପାଇଁ ଅନୁମତି ପ୍ରଦାନ କରିଛନ୍ତି। କୋଭିଡ୍‌-୧୯ ପାଇଁ ୭୦ଦିନରୁ ଅଧିକ ତାଲାବନ୍ଦ ହେବା ଯୋଗୁ ପରିବହନ କର୍ମଚାରୀ ଯଥା ଡ୍ରାଇଭର, କଣ୍ଡକ୍ଟର ଏବଂ ହେଲ୍‌ପରମାନଙ୍କ କଥା ନା ମାଲିକ, ନା ସରକାର ଦୃଷ୍ଟି ଦେଇ ନ ଥିବା ଜିଲା ସଂଘର ସାଧାରଣ ସମ୍ପାଦକ ରାଜକିଶୋର ଲେଙ୍କା ଅଭିଯୋଗ କରିଛନ୍ତି। କର୍ମଚାରୀଙ୍କ ସୁରକ୍ଷା ପ୍ରତି ଧ୍ୟାନ ନ ଦେଇ ଗାଡ଼ି ଚଳାଚଳ ପାଇଁ ଅନୁମତି ଦେବା କେତେଦୂର ଯୁକ୍ତିସଙ୍ଗତ ତାହା ସରକାର ବିଚାର କରିବା ଦରକାର ବୋଲି ଡ୍ରାଇଭର ବୀରେନ୍‌ ଦଳେଇ ପ୍ରକାଶ କରିଛନ୍ତି। ମାସିକ ୭୫୦୦ଟଙ୍କା ପ୍ରଦାନ, ୧୦କିଲୋ ଚାଉଳ, ୩କିଲୋ ଡାଲି, ୨ଲିଟର ତେଲ ୬ମାସ ପାଇଁ ଦିଆଯିବା ଲାଗି ଦାବି ହୋଇଛି। ମହାରାଷ୍ଟ୍ର ସରକାରଙ୍କ ଭଳି ସମସ୍ତ ପରିବହନ କର୍ମଚାରୀଙ୍କର ୧୦ଲକ୍ଷ ଟଙ୍କାର ଜୀବନ ବୀମା ଏବଂ କର୍ମଚାରୀ ତଥା ଯାତ୍ରୀଙ୍କୁ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା କରିବା, ଶ୍ରମିକମାନଙ୍କ ପ୍ରତି ସ୍ବତନ୍ତ୍ର ପ୍ୟାକେଜ ଘୋଷଣା ନ କଲେ ଚକାବନ୍ଦ ଆନ୍ଦୋଳନ କରାଯିବ ବୋଲି ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri