ସ୍ବତନ୍ତ୍ର ବସ୍‌ ଯୋଗେ ଝାଡଖଣ୍ଡ ଗଲେ ୨୮ ଶ୍ରମିକ

ବଡ଼ବିଲ, ୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲରୁ ବୁଧବାର ୨୮ଜଣ ଶ୍ରମିକଙ୍କୁ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଝାଡ଼ଖଣ୍ଡ ରାଜ୍ୟକୁ ପଠାଯାଇଥିବା ଜଣାପଡିଛି। ରାଜ୍ୟର କେନ୍ଦୁଝର ଜିଲା ବାମେବାରୀ, ଯୋଡ଼ା ଓ ରୁଗୁଡି ଏବଂ ସୁନ୍ଦରଗଡ଼ ଜିଲାର କୋଇଡା ଓ କାଲଟା ଆଦି ସ୍ଥାନରେ କାର୍ଯ୍ୟ କରୁଥିବା ୨୮ ଜଣ ଶ୍ରମିକ ଏହି ବସ ଯୋଗେ ଯାଇଛନ୍ତି। ଝାଡ଼ଖଣ୍ଡ ରାଜ୍ୟର ବକାରୋ, ଡୁମକା, ରାମଗଡ଼ ଆଦି ଜିଲାର ଶ୍ରମିକମାନେ ଏହି ବସ୍‌ରେ ଯାତ୍ରା କରିଥିବା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି। ବସ୍‌ ନେଇ ଝାଡ଼ଖଣ୍ଡରୁ ଆସିଥିବା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ବାବଲୁ ସିଂହଙ୍କୁ ବଡ଼ବିଲ ତହସିଲଦାର ବେହେରା ଆବଶ୍ୟକ ଦସ୍ତାବିଜ ପ୍ରସ୍ତୁତି ପରେ ଏହି ଶ୍ରମିକ ମାନଙ୍କୁ ହସ୍ତାନ୍ତର କରିଥିଲେ। ବଡ଼ବିଲ ପୋଲିସ ଗାଡି ଝାଡ଼ଖଣ୍ଡ ପ୍ରବାସୀ ବସିଥିବା ବସ୍‌ଟିକୁ ଏସକର୍ଟ କରି ନେଇ ଝାଡ଼ଖଣ୍ଡ ସୀମାନ୍ତରେ ଛାଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri