ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.

ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ ଓଡିଶା ଭ୍ରମଣରେ ବାହାରି ସୋମବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳ ବୁଲି ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ମହାନଦୀ ଜଳ ସମସ୍ୟାର ସମାଧାନ, ପୋଲାଭରାମ୍‌ ପ୍ରକଳ୍ପ ଦ୍ବାରା ମାଲକାନଗିରି ଜିଲାର ୨୧ ପଞ୍ଚାୟତ ଜଳମଗ୍ନ ସମସ୍ୟା ସମ୍ପର୍କରେ ସହରବାସୀଙ୍କୁ ସଚେତନ କରିଥିଲେ। ସେ ମଙ୍ଗଳବାର ବ୍ରହ୍ମପୁରରୁ ଛତ୍ରପୁର ଯାଇ ସେଠାରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ କରିବେ ବୋଲି କହିଛନ୍ତି ।
ସୂଚନା ପ୍ରକାରେ, ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ମହାନଦୀ ଜଳ ସମସ୍ୟାର ସମାଧାନ, ପୋଲାଭରମ୍‌ ପ୍ରକଳ୍ପ ଯୋଗୁ ମାଲକାନିଗିରି ଜିଲାର ୨୧ ପଞ୍ଚାୟତ ଜଳମଗ୍ନ ହେବାକୁ ଥିବା ନେଇ ଓଡିଶାବାସୀଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରି ୨୦୧୯ ଜୁଲାଇ ୧୦ରେ ସତ୍ୟବ୍ରତ ଯାଜପୁର ଜିଲା ବଡଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ସେ ରାଜ୍ୟର ୩୧୪ ବ୍ଲକକୁ ଯାଇ ସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଥିଲେ। ବର୍ତ୍ତମାନ ସୁଦ୍ଧା ସେ ୫୦୦୦ ରୁ ଊଦ୍ଧର୍‌ବ କି.ମି.ପଥ ଅତିକ୍ରମ କରିଥିଲା ବେଳେ ରାଜ୍ୟର ୧୭୫ ବ୍ଲକ ଅଞ୍ଚଳରେ ପଦଯାତ୍ରା କରି ଏ ଦିଗରେ ସଚେତନତା ସୃଷ୍ଟି କରିଛନ୍ତି। ଇତିମଧ୍ୟରେ ସେ ୧୨ ଜିଲା ଅତିକ୍ରମ କରିବା ସହ ବିଡ଼ିଓଙ୍କୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିବା କହିଛନ୍ତି । ୨୦୨୦ ସୁଦ୍ଧା ପଦଯାତ୍ରା ଶେଷ ନେଇ ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri