Posted inଖେଳ

ବିଶ୍ୱର ସବୁଠୁ ଓଜନିଆ କ୍ରିକେଟର ହେବାର ରେକର୍ଡ ଅଧିକାରୀ ହୋଇପାରନ୍ତି କର୍ନଓ୍ବାଲ

ନୂଆଦିଲ୍ଲୀ,୧୦।୮-ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ ୧୩ ଜଣିଆ ଦଳ ଘୋଷଣା କରିଛି। ଏଥିରେ ସ୍ଥାନ ପାଇଛନ୍ତି ରକିମ କର୍ନଓ୍ବାଲ। ଭାରତ ବିପକ୍ଷରେ ପଦାର୍ପଣ କରିବାକୁ ସୁଯୋଗ ମିଳିଲେ, କର୍ନଓ୍ବାଲ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ବିଶ୍ୱର ସବୁଠୁ ଓଜନିଆ (ମୋଟା) କ୍ରିକେଟର ହୋଇପାରିବେ। ତାଙ୍କ ଓଜନ ଏବେ ୧୪୩ କିଲୋ। ଏହି ଅଲୋଡ଼ା ରେକର୍ଡ ବର୍ତ୍ତମାନ ବରମୁଡା ଖେଳାଳି ଡ୍ବେନ ଲେଭରକଙ୍କ ନାମରେ ରହିଛି, ଯିଏକି ୨୦୦୭ ବିଶ୍ୱକପ୍‌ରେ ଭାରତ ବିପକ୍ଷରେ ଏକ କ୍ୟାଚ୍‌ ନେଇ ଚର୍ଚ୍ଚାକୁ ଆସିଥିଲେ। ସେତେବେଳେ ତାଙ୍କ ଓଜନ ଥିଲା ୧୨୭ କିଲୋ। ଏହି ତାଲିକାରେ ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜାମାମ ଉଲ୍‌ ହକ୍‌ (୧୦୩) ମଧ୍ୟ ରହିଛନ୍ତି। କର୍ନଓ୍ବାଲ ଜଣେ ସ୍ପିନ୍‌ ଅଲରାଉଣ୍ଡର। ଗତ ୫ ବର୍ଷ ହେଲା ସେ ଘରୋଇ କ୍ରିକେଟରେ ବହୁ ସଫଳତା ପାଇଛନ୍ତି। ଏଥିଯୋଗୁ ତାଙ୍କୁ ଦଳରେ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri