ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୫: କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ ସମୟରେ ସମ୍ପୁର୍ଣ୍ଣ ବେତନ ଦେଇପାରୁ ନ ଥିବା କମ୍ପାନୀ ବିରୋଧରେ ହୋଇଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଛନ୍ତି। ଏଥିସହ ଲକ୍‌ଡାଉନ ସମୟରେ ସମ୍ପୂର୍ଣ୍ଣ ଦରମା ଦେଇପାରୁ ନ ଥିବା କମ୍ପାନୀ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କେନ୍ଦ୍ରକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ମେ’୧୭ ଯାଏଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ସମସ୍ତ ଶିଳ୍ପ ବନ୍ଦ ରହିଛି। ଏହି କଷ୍ଟକର ସମୟରେ, ଅନେକ କମ୍ପାନୀ ଅଛନ୍ତି, ଯେଉଁମାନେ କର୍ମଚାରୀଙ୍କୁ ସମ୍ପୁର୍ଣ୍ଣ ଦରମା ଦେବାରେ ସକ୍ଷମ ନୁହଁନ୍ତି। ଯାହାକୁ ନେଇ ଅନେକ ସ୍ଥାନରେ ଅସନ୍ତୋଷ ଦେଖାଦେଇଛି। ଏନେଇ ମାର୍ଚ୍ଚ ୨୨ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କମ୍ପାନୀ ବିରୋଧରେ ଏକ ଆବେଦନ କରାଯାଇଥିଲା। ଏଥିସହ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଥିଲା। କିନ୍ତୁ ଲକ୍‌ଡାଉନ ଯୋଗୁ କିଛି କମ୍ପାନୀର ଭଲ ଆୟ ହୋଇପାରୁ ନ ଥିବାରୁ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବା ଅସମ୍ଭବ ହୋଇପଡ଼ିଛି। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri