Posted inଖେଳ

ସ୍ବର୍ଣ୍ଣପଦକ ଜିତିଲେ ସମରେନ୍ଦ୍ର

ବେତନଟୀ,୧୮ା୧୧(ସ୍ବ.ପ୍ର.):ମହାରାଷ୍ଟ୍ରର ପୁନେରେ ଚାଲିଥିବା ୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ (ପାୱାରଲିଫ୍ଟ) ପ୍ରତିଯୋଗିତାରେ ଗୁରୁବାର ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ମୟୂରଭଞ୍ଜ ପୋଲିସ ପକ୍ଷରୁ ପ୍ରତିନିଧିତ୍ତ୍ୱ କରୁଥିବା କନଷ୍ଟେବଳ ସମରେନ୍ଦ୍ର ମହାନ୍ତ। ସମରେନ୍ଦ୍ରଙ୍କ ଘର ବେତନଟୀ ଥାନା ଅଧୀନ ଲଙ୍ଗଳକଟା ଗ୍ରାମରେ। ଲଙ୍ଗଳକଟାସ୍ଥିତ ଶକ୍ତିମାନ ଜିମ୍ନାସିୟମର ପ୍ରତିଷ୍ଠାତା ପରେଶଚନ୍ଦ୍ର ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସେ ଶକ୍ତିଉତ୍ତୋଳନର ପ୍ରଶିକ୍ଷଣ ନେଉଥିଲେ। ତେବେ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରରେ ସମରେନ୍ଦ୍ର ଉଲ୍ଲେଖନୀୟ ସଫଳତା ପାଇଁ ଓଡ଼ିଶା ସରକାରଙ୍କ ଗୃହବିଭାଗରେ କନଷ୍ଟେବଳ ଭାବରେ ଚାକିରି ପାଇଥିଲେ। ସେ ନିଜର ଅଭ୍ୟାସ ଜାରି ରଖିବା ସହ ସର୍ବଭାରତୀୟ ପୋଲିସ କ୍ରୀଡାରେ ଭାରତବର୍ଷର ବିଭିନ୍ନ ରାଜ୍ୟର ପ୍ରତିଯୋଗୀଙ୍କୁ ପଛରେ ପକାଇ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ସମରେନ୍ଦ୍ର ସଫଳତାର ସହିତ ଉତ୍ତୋଳନ ୫୯କିଲୋଗ୍ରାମ ବର୍ଗରେ ସ୍ଫୁଟ ୧୭୫ କିଲୋ, ବେଞ୍ଚପ୍ରେସ ୯୫କିଲୋ ଏବଂ ଡେଡଲିଫ୍ଟ ୨୧୦ କିଲୋ ଏହିଭଳି ମୋଟ ୪୮୦ କିଲୋଗ୍ରାମ ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri