Posted inଖେଳ

ସ୍ବର୍ଣ୍ଣ ହରାଇବେ ଉସ୍ତ୍ୟୁଗୋଭ୍‌

ମସ୍କୋ,୧୫ା୨ (ଏଏଫ୍‌ପି): ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରୁଷୀୟ ବାଇଥଲେଟ୍‌ ଏଭଜେନି ଉସ୍ତ୍ୟୁଗୋଭ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ୨୦୧୪ ଓ୍ବିଣ୍ଟର ଅଲିମ୍ପିକ ରିଲେରେ ସେ ଯେଉଁ ପଦକ ପାଇଥିଲେ ତାହା ପ୍ରତ୍ୟାହାର କରିନିଆଯିବ। ଇଣ୍ଟରନ୍ୟାଶନାଲ ବାଇଥ୍ଲନ ୟୁନିୟମ (ଆଇବିୟୁ) ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୪ ବର୍ଷୀୟ ଏହି ଆଥଲେଟ ଆହୁରି ମଧ୍ୟ ଭାଙ୍କୋଭରଠାରେ ୨୦୧୦ ଅଲିମ୍ପିକ୍‌ ୧୫ କିମି ମାସ୍‌ ଷ୍ଟାର୍ଟ ଟାଇଟଲ ଜିତିଥିଲେ। ୬ ବର୍ଷ ପୂର୍ବେ ସୋଚି ଓ୍ବିଣ୍ଟର ଗେମ୍ସ ପରେ ସେ ଅବସର ନେଇଥିଲେ। ୨୦୧୪ରେ ତାଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରେ ଏକପ୍ରକାର ଷ୍ଟେରଏଡ୍‌ ଠାବ କରାଯାଇଥିଲା। ଫଳତଃ ୨୦୧୩-୧୪ ସିଜନରେ ତାଙ୍କର ସମସ୍ତ ଫଳାଫଳରୁ ରଦ୍ଦ କରାଯାଇଛି। ଆଇବିୟୁ ଆହୁରି ମଧ୍ୟ ସ୍ବେତଲାନା ସ୍ଲେପ୍ଟସୋଭାଙ୍କ ୨୦୧୩-୧୪ ଫଳାଫଳକୁ ଅବୈଧ ଘୋଷଣା କରିଛି। ଏହି ଆଥଲେଟ ଜଣକ ଅନ୍ୟ ଏକ ଷ୍ଟେରଏଡ୍‌ ଓଷ୍ଟାରିନ୍‌ ପାଇଁ ଡୋପ୍‌ ଟେଷ୍ଟରେ ଧରାପଡ଼ିଥିଲେ। ମସ୍କୋ ଡୋପ୍‌ ଟେଷ୍ଟ ଲାବରେଟୋରିରେ କେତେକ ଡାଟା ଟ୍ୟାମ୍ପରିଂ ହୋଇଥିବା ଅଭିଯୋଗକୁ ନେଇ ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ରୁଷିଆକୁ ୨୦୨୦ ଅଲିମ୍ପିକ୍ସରୁ ବାସନ୍ଦ କରିଛି। ରୁଷିଆ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବାସନ୍ଦ ଦଣ୍ଡ ପରେ ୨୦୧୪ ପଦକ ତାଲିକାର ପ୍ରଥମ ସ୍ଥାନରେ ଥିବା ରୁଷିଆ ନରଓ୍ବେ ଏବଂ କାନାଡା ପଛକୁ ତୃତୀୟ ସ୍ଥାନକୁ ଖସିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri