‘ସ୍ବାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ମାଲକାନଗିରି,୨୩।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସୁଭାଷ ବୋଷ ସ୍ମାରକୀ ଟାଉନ ୟୁଥ୍‌କ୍ଲବ ଆନୁକୂଲ୍ୟରେ ନେତାଜୀଙ୍କ ୧୨୪ତମ ଜୟନ୍ତୀ ପାଳିତ ହୋଇଯାଇଛି ା ଏଥିରେ ଅତିରିକ୍ତ ଜିଲାପାଳ ବୀରସେନ ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ଋଷିକେଶ ଡି.ଖିଲାରୀ, ପୂର୍ବତନ ବିଧାୟକ ନିମାଇଁ ଚରଣ ସରକାର, ଖଣ୍ଡୀୟ ବନ ଅଧିକାରୀ ପ୍ରଦୀପ ଦେବୀଦାସ ମୀରାସେ, ଏସ୍‌ଡିପିଓ ପ୍ରହଲ୍ଲାଦ ସହାଇ ମୀନା, ଉପଜିଲାପାଳ ରାମେଶ୍ୱର ପ୍ରଧାନ ଓ ଥାନା ଭାରପ୍ରାପ୍ତ ନିରୀକ୍ଷକ ରାମପ୍ରସାଦ ନାଗ, ଅଧ୍ୟାପକ ରନ କୁମାର ସ୍ବାଇଁ ଯୋଗ ଦେଇ ଜିଲା ସଦର ମହକୁମାସ୍ଥିତ ସୁଭାଷ ବୋଷ ଛକସ୍ଥିତ ନେତାଜୀଙ୍କ ପ୍ରତିମୂର୍ତ୍ତି ଓ କ୍ଲବ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ମୃତିଚାରଣ ସଭାରେ ଅତିଥିମାନେ ସ୍ବାଧୀନତା ଆନ୍ଦୋଳନରେ ନେତାଜୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କ୍ଲବର ସଭାପତି ଡି.ଚିନ୍ନା ରାଓ, ସମ୍ପାଦକ ଶଙ୍କର ପାଣିଗ୍ରାହୀ, ସଦସ୍ୟ ଜି.ଶ୍ରୀନିବାସ ରାଓ, ପି.କେଶୁ ରାଓଙ୍କ ସମେତ କ୍ଲବର ବହୁ ସଦସ୍ୟ ଯୋଗ ଦେଇ ନେତାଜୀଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri