ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍‌ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ କରାଯିବା ଦୁର୍ଭାଗ୍ୟଜନକ ବୋଲି ଶନିବାର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।

ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି, ୧୯୪୭ ମସିହା ପରଠାରୁ ଦେଶ ସମେତ ରାଜ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇ ଆସୁଛି। ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ଏହି ଦିବସ ପାଳନ କରାଯିବା ସମୟରେ ପୋଲିସ ବିଭାଗ, ସିଭିଲ୍‌ ଡିଫେନ୍ସ ଏବଂ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରମାନେ ଗଣପ୍ୟାରେଡରେ ଭାଗ ନେଇଥାନ୍ତି। ଏପରିକି ଏହି ସମୟରେ ସ୍ବାଧୀନତା ସମ୍ପର୍କିତ ବିଭିନ୍ନ ଯୋଜନା ଓ ଅନେକ ବିକାଶମୂଳକ ଯୋଜନାକୁ ପ୍ରଦର୍ଶିତ କରାଯାଇଥାଏ। ପୂର୍ବରୁ ବିିଭିନ୍ନ ରାଜ୍ୟର ରାଜ୍ୟପାଳମାନେ ପତାକା ଉତ୍ତୋଳନ କରି ସଲାମି ଗ୍ରହଣ କରୁଥିଲେ। ୧୯୭୩ ମସିହାରେ ନୂତନ ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀମାନେ ପତାକା ଉତ୍ତୋଳନ କରୁଛନ୍ତି। ମାତ୍ର ଚଳିତ ବର୍ଷ ବିନା କାରଣରେ ଗଣପ୍ୟାରେଡ୍‌କୁ ରାଜ୍ୟ ସରକାର ବନ୍ଦ କରିବା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଏହାଦ୍ୱାରା ବିଗତ ୭୨ ବର୍ଷ ଧରି ଚାଲି ଆସୁଥିବା ପରମ୍ପରା ଭଙ୍ଗ ହୋଇଛି। ଏଣୁ କେଉଁ କାରଣ ଲାଗି ଏହାକୁ ବନ୍ଦ କରାଯାଇଛି ତାହାର ଉତ୍ତର ଦିଅନ୍ତୁ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ସମୟ ଛିଡ଼ା ହୋଇପାରିବେନି ବୋଲି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି କି? ଯଦି ଏହା ସତ୍ୟ ତେବେ ରାଜ୍ୟବାସୀଙ୍କ ଆଗରେ ତାହା ସ୍ପଷ୍ଟ କରାଯାଉ ବୋଲି ହରିଚନ୍ଦନ କହିଛନ୍ତି।
ଏହି ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ଏବଂ ଜଗତସିଂହପୁର ଭାଜପା ଏମ୍‌ପି ପ୍ରାର୍ଥୀ ବିଭୁ ତରାଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri