ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ। ସେ କହିଛନ୍ତି, କେଉଁ ପରିପ୍ରେକ୍ଷୀରେ ଏଭଳି ପରିବର୍ତ୍ତନ କରାଯାଇଛି ତାହା ଗୃହ ବିଭାଗ କହିପାରିବ। ଏହାଦ୍ୱାରା କୌଣସି ପରମ୍ପରା ଭଙ୍ଗ ହୋଇନାହିଁ। ପରେଡରେ ସ୍କୁଲ ପିଲା ଭାଗନେବା ବାଧ୍ୟ ନୁହେଁ ବୋଲି ସେ କହିଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ସମୟ ଛିଡ଼ା ହୋଇପାରିବେନି ବୋଲି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି କି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ନବୀନଙ୍କ ସ୍ବାସ୍ଥାବସ୍ଥାକୁ ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ। ବିରୋଧୀଙ୍କ ଏ ସବୁ କଥାର ମାନେ କିଛି ନାହିଁ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ଦଳୀୟ କାର୍ଯ୍ୟାଳୟରେ ଶନିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି, ୧୯୪୭ ମସିହା ପରଠାରୁ ଦେଶ ସମେତ ରାଜ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇ ଆସୁଛି। ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ଏହି ଦିବସ ପାଳନ କରାଯିବା ସମୟରେ ପୋଲିସ ବିଭାଗ, ସିଭିଲ୍‌ ଡିଫେନ୍ସ ଏବଂ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରମାନେ ଗଣପ୍ୟାରେଡରେ ଭାଗ ନେଇଥାନ୍ତି। ଏପରିକି ଏହି ସମୟରେ ସ୍ବାଧୀନତା ସମ୍ପର୍କିତ ବିଭିନ୍ନ ଯୋଜନା ଓ ଅନେକ ବିକାଶମୂଳକ ଯୋଜନାକୁ ପ୍ରଦର୍ଶିତ କରାଯାଇଥାଏ। ପୂର୍ବରୁ ବିିଭିନ୍ନ ରାଜ୍ୟର ରାଜ୍ୟପାଳମାନେ ପତାକା ଉତ୍ତୋଳନ କରି ସଲାମି ଗ୍ରହଣ କରୁଥିଲେ। ୧୯୭୩ ମସିହାରେ ନୂତନ ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀମାନେ ପତାକା ଉତ୍ତୋଳନ କରୁଛନ୍ତି। ମାତ୍ର ଚଳିତ ବର୍ଷ ବିନା କାରଣରେ ଗଣପ୍ୟାରେଡ୍‌କୁ ରାଜ୍ୟ ସରକାର ବନ୍ଦ କରିବା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଏହାଦ୍ୱାରା ବିଗତ ୭୨ ବର୍ଷ ଧରି ଚାଲି ଆସୁଥିବା ପରମ୍ପରା ଭଙ୍ଗ ହୋଇଛି। ଏଣୁ କେଉଁ କାରଣ ଲାଗି ଏହାକୁ ବନ୍ଦ କରାଯାଇଛି ତାହାର ଉତ୍ତର ଦିଅନ୍ତୁ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ସମୟ ଛିଡ଼ା ହୋଇପାରିବେନି ବୋଲି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି କି? ଯଦି ଏହା ସତ୍ୟ ତେବେ ରାଜ୍ୟବାସୀଙ୍କ ଆଗରେ ତାହା ସ୍ପଷ୍ଟ କରାଯାଉ ବୋଲି ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri