ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ। ସେ କହିଛନ୍ତି, କେଉଁ ପରିପ୍ରେକ୍ଷୀରେ ଏଭଳି ପରିବର୍ତ୍ତନ କରାଯାଇଛି ତାହା ଗୃହ ବିଭାଗ କହିପାରିବ। ଏହାଦ୍ୱାରା କୌଣସି ପରମ୍ପରା ଭଙ୍ଗ ହୋଇନାହିଁ। ପରେଡରେ ସ୍କୁଲ ପିଲା ଭାଗନେବା ବାଧ୍ୟ ନୁହେଁ ବୋଲି ସେ କହିଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ସମୟ ଛିଡ଼ା ହୋଇପାରିବେନି ବୋଲି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି କି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ନବୀନଙ୍କ ସ୍ବାସ୍ଥାବସ୍ଥାକୁ ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ। ବିରୋଧୀଙ୍କ ଏ ସବୁ କଥାର ମାନେ କିଛି ନାହିଁ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ଦଳୀୟ କାର୍ଯ୍ୟାଳୟରେ ଶନିବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପୃଥ୍ବୀରାଜ କହିଛନ୍ତି, ୧୯୪୭ ମସିହା ପରଠାରୁ ଦେଶ ସମେତ ରାଜ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇ ଆସୁଛି। ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ଏହି ଦିବସ ପାଳନ କରାଯିବା ସମୟରେ ପୋଲିସ ବିଭାଗ, ସିଭିଲ୍‌ ଡିଫେନ୍ସ ଏବଂ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରମାନେ ଗଣପ୍ୟାରେଡରେ ଭାଗ ନେଇଥାନ୍ତି। ଏପରିକି ଏହି ସମୟରେ ସ୍ବାଧୀନତା ସମ୍ପର୍କିତ ବିଭିନ୍ନ ଯୋଜନା ଓ ଅନେକ ବିକାଶମୂଳକ ଯୋଜନାକୁ ପ୍ରଦର୍ଶିତ କରାଯାଇଥାଏ। ପୂର୍ବରୁ ବିିଭିନ୍ନ ରାଜ୍ୟର ରାଜ୍ୟପାଳମାନେ ପତାକା ଉତ୍ତୋଳନ କରି ସଲାମି ଗ୍ରହଣ କରୁଥିଲେ। ୧୯୭୩ ମସିହାରେ ନୂତନ ନିଷ୍ପତ୍ତି ଅନୁଯାୟୀ ମୁଖ୍ୟମନ୍ତ୍ରୀମାନେ ପତାକା ଉତ୍ତୋଳନ କରୁଛନ୍ତି। ମାତ୍ର ଚଳିତ ବର୍ଷ ବିନା କାରଣରେ ଗଣପ୍ୟାରେଡ୍‌କୁ ରାଜ୍ୟ ସରକାର ବନ୍ଦ କରିବା ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଏହାଦ୍ୱାରା ବିଗତ ୭୨ ବର୍ଷ ଧରି ଚାଲି ଆସୁଥିବା ପରମ୍ପରା ଭଙ୍ଗ ହୋଇଛି। ଏଣୁ କେଉଁ କାରଣ ଲାଗି ଏହାକୁ ବନ୍ଦ କରାଯାଇଛି ତାହାର ଉତ୍ତର ଦିଅନ୍ତୁ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିକ ସମୟ ଛିଡ଼ା ହୋଇପାରିବେନି ବୋଲି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି କି? ଯଦି ଏହା ସତ୍ୟ ତେବେ ରାଜ୍ୟବାସୀଙ୍କ ଆଗରେ ତାହା ସ୍ପଷ୍ଟ କରାଯାଉ ବୋଲି ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri