ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ ଘଟିଛି। ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସହର ନିକଟ ସୁଜାନଗର ବାସଭବନରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହିତ ବହୁ ରାଜନେତା, ଶିକ୍ଷାବିତ୍‌, ସାମାଜିକ କର୍ମୀ ତାଙ୍କ ଶବାଧାରରେ ରହି ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ସ୍ବର୍ଗତ ଦାସ ୧୯୨୬ ମସିହା ସେପ୍ଟେମ୍ବରରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ମା’ଙ୍କ ନାମ ପାର୍ବତୀ ଓ ବାପାଙ୍କ ନାମ ହରିହର। ପାଠପଢ଼ା ସମୟରେ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିବାବେଳେ ୧୯୪୨ରେ ଅଙ୍ଗୁଳେଇ ପୋଷ୍ଟ ଅଫିସ ପୋଡ଼ି ମାମଲାରେ ବ୍ରିଟିଶ ଶାସକ ତାଙ୍କୁ ଜେଲ ଦଣ୍ଡାଦେଶ ଦେଇଥିଲେ। ବରହମପୁର ଜେଲରୁ ଫେରି ନବକୃଷ୍ଣ ଚୌଧୁରୀଙ୍କ ନିର୍ଦ୍ଦେଶରେ ପ୍ରଜାମେଳି ଆନ୍ଦୋଳନରେ ସାମିଲ ହୋଇଥିଲେ। ସେ କୋରାପୁଟ ଜିଲା ନାରାୟଣପାଟଣାରେ ରହି ଭୂଦାନ ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ସ୍ବାଧୀନତା ପରେ ବିଭିନ୍ନ ଅନୁଷ୍ଠାନ ଗଠନରେ ସକ୍ରିୟ ଅଂଶଗ୍ରହଣ କରିବା ସହିତ ସାମାଜିକ କର୍ମକୁ ବ୍ରତ କରିଥିଲେ। ମୃତ୍ୟୁବେଳକୁ ସେ ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ଓ ଉତ୍ତର ଦାୟାଦ ସଂଯୁକ୍ତ ସଂଗଠନର ଉପସଭାପତି, ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତିର ଉପସଭାପତି ଓ ଜିଲା ସଭାପତି ଦାୟିତ୍ୱରେ ଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜିଲା ଯୁବ ବିଜେଡି ସଭାପତି ରାଜେଶ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri