ସ୍ବାବ୍‌ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ

କଟକ ଅଫିସ୍‌,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ଛଡ଼ାଯିବ ବୋଲି ବିଚାରପତି ଶତ୍ରୁଘ୍ନ ପୂଜାହାରୀ ଏବଂ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଚୂଡାନ୍ତ ରାୟ ଦେଇଛନ୍ତି। ମାମଲାରୁ ପ୍ରକାଶ, ଅଞ୍ଜନ ତନୟ ପଣ୍ଡା କୋଲକତାର ଏକ କମ୍ପାନୀରେ କାମ କରୁଥିଲେ। ସେଠାରୁ ସେ ପ୍ରାୟ ଏକ ମାସ ପୂର୍ବେ ଫେରିଥିଲେ। ଏନେଇ ସେ ସ୍ଥାନୀୟ ପ୍ରଶାସନକୁ ଅବଗତ କରିଥିଲେ। ତାଙ୍କ ଘର ଆଗରେ ପ୍ରଶାସନ ତରଫରୁ ନୋଟିସ୍‌ ମରାଯିବା ସହ ତାଙ୍କୁ ୧୪ ଦିନିଆ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେ ପ୍ରାୟ ଗୋଟିଏ ମାସ ଘରେ ସଙ୍ଗରୋଧରେ ଥିଲେ। ତାଙ୍କର କରୋନା ଲକ୍ଷଣ ଦେଖାଯାଇ ନ ଥିଲା। ପୁଣି ଥରେ ପ୍ରଶାସନ ତାଙ୍କୁ ଆଣି ସ୍ଥାନୀୟ ଏକ ବିଦ୍ୟାଳୟରେ ସଙ୍ଗରୋଧରେ ରଖିଛି। ଏହାକୁ ସେ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ଶୁଣାଣିରେ ହାଇକୋର୍ଟ ଏହି ମାମଲାରେ ଯାଜପୁର ଜିଲାପାଳଙ୍କୁ ଜବାବ ଦାଖଲ ଲାଗି ନୋଟିସ୍‌ କରିଥିଲେ। ବୁଧବାର ଏହାର ଜବାବ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri