Posted inଖେଳ

ସ୍ବାଭାବିକ ଖେଳିବାକୁ ଡୁ ପ୍ଲେସିଙ୍କ ପରାମର୍ଶ

ଦୁବାଇ, ୨୦ା୫ (ପି.ଟି.)-ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁଥିବା ଆଇସିସି ବିଶ୍ୱକପ୍‌ରେ ସ୍ବାଭାବିକ ଖେଳିବା ଲାଗି ଦଳର ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ ପ୍ଲେସି। ପୂର୍ବ ବିଫଳତାକୁ ଭୁଲିଯିବାକୁ ହେବ। ସୁପରମ୍ୟାନ ଭଳି ଚମତ୍କାରିତା ଦେଖାଇବାକୁ ଚେଷ୍ଟାରୁ ବିରତ ରହିବା ଉଚିତ୍‌ ବୋଲି ସେ କହିଛନ୍ତି। ଡୁପ୍ଲେସି ତାଙ୍କର ତୃତୀୟ ଆଇସିସି ଦିନିକିଆ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ଦକ୍ଷିଣ ଆଫ୍ରିକା ଦଳ ଏପର୍ଯ୍ୟନ୍ତ ଥରେ ହେଲେ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିପାରି ନାହିଁ। ଦଳ ଚାରିଥର ସେମିଫାଇନାଲ ପର୍ଯ୍ୟାୟରୁ ବିଦାୟ ନେଇଛି। ଡୁ ପ୍ଲେସି କହିଛନ୍ତି ପୂର୍ବ ବିଶ୍ୱକପ୍‌ ଗୁଡ଼ିକରେ ଆମ୍ଭେମାନେ ନିଜକୁ ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର ମନେକରି ସୁପରମ୍ୟାନ ଭଳି କରି ଦେଖାଇବାକୁ ଚାହିଁଥିଲୁ ଯାହାର ପରଣାମ ଆମକୁ ଭୋଗିବାକୁ ପଡ଼ିଥିଲା। କିନ୍ତୁ ଏଥର ଆମକୁ ଭିନ୍ନ ନୀତି ଆପଣେଇବାକୁ ପଡ଼ିବ। ଦଳର ଆବଶ୍ୟକତାକୁ ନେଇ ଆମେ ପ୍ରତ୍ୟେକଙ୍କୁ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ହେବ। ମୋ ନିକଟରେ ଥିବା ଅଭିଜ୍ଞତା ଖେଳାଳିମାନଙ୍କ ଉପରୁ ଚାପ ହଟାଇବା କ୍ଷେତ୍ରରେ ସହାୟକ ହେବ ବୋଲି ୩୪ ବର୍ଷୀୟ ଡୁ ପ୍ଲେସି କହିଛନ୍ତି। ସୂଚନାଯୋଗ୍ୟ, ଡୁ ପ୍ଲେସିଙ୍କ ସମେତ ଦକ୍ଷିଣ ଆଫ୍ରିକା ଦଳ ୭ଜଣ ଖେଳାଳି ୨୦୧୫ ବିଶ୍ୱକପ୍‌ ଖେଳିଛନ୍ତି। ଏହି ସଂସ୍କରଣରେ ଦକ୍ଷିଣ ଆଫ୍ରିକା ରନର୍ସଅପ୍‌ ହୋଇଥିବା ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାଜିତ ହୋଇଥିଲା। ଲଣ୍ଡନର କେନିଙ୍ଗଟନ ଓଭାଲଠାରେ ମେ ୩୦ତାରିଖରେ ବିଶ୍ୱକପ୍‌ର ଉଦ୍‌ଘାଟନୀ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଆୟୋଜକ ଇଂଲଣ୍ଡ ସହ ମୁକାବିଲା କରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?