ସ୍ବାଭାବିକ ହେଉଛି ଚାଇନାର ଜୀବନଯାତ୍ରା

ବେଜିଂ,୨୧।୨: କରୋନା ଭାଇରସରେ ଚାଇନାରେ ହାହାକାର ପଡିଯାଇଥିବା ବେଳେ ଏଠାରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହାର ଭୟାବହତାକୁ ଦେଖି ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ କରି ଦିଆଯାଇଛି। ଶୁକ୍ରବାର ମିଳିଥିବା ସୂଚନାରୁ ଜଣାଯାଇଛି ଯେ, ଚାଇନାର କିଛି ଅଞ୍ଚଳରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି। କେତୋଟି ଘରୋଇ ସଂସ୍ଥା ଖୋଲିଯିବା ଫଳରେ କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏମିତିକି କେତୋଟି ପର୍ଯ୍ୟଟନସ୍ଥଳ ଖୋଲିଯିବାରୁ ସେଠାକୁ ଯିବାକୁ ପର୍ଯ୍ୟଟକମାନଙ୍କୁ ଅନୁମତି ମଧ୍ୟ ପ୍ରଦାନ କରାଯାଇଛି। ହେଲେ ସମସ୍ତ ସତର୍କତା ସହ ଲୋକମାନଙ୍କୁ ବାହାରକୁ ବାହାରିବାକୁ ଚାଇନା ସରକାର ସତର୍କ କରାଇଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାରେ ଦେଖାଦେଇଥିବା ବେଳେ ଏବେ ଏହା ସାରା ବିଶ୍ୱର ନିଦ ହଜାଇ ଦେଇଛି। କାରଣ ପ୍ରତିଦିନ ଏହି କରୋନା ଭାଇରସରେ ଚାଇନାରେ ଶହ ଶହ ଲୋକ ସଂକ୍ରମିତ ହେଉଥିବା ବେଳେ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ବାହାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri