ବ୍ରହ୍ମପୁର ଅଫିସ,୧୭ା୫-ସ୍ବାମୀଙ୍କୁ ହତ୍ୟା କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶନିବାର ସ୍ତ୍ରୀ ସୁନୀତା ବେହେରାଙ୍କୁ ଗିରଫ କରିଛି। ଘଟଣା ବେଳେ ବ୍ୟବହୃତ ରକ୍ତଭିଜା ଶିଳପୁଆ ଜବତ କରିଛି। ମାମଲା ନଂ.୯୫/୨୦ରେ ସୁନୀତାଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି।
ପ୍ରକାଶ ଯେ, ଗେଟବଜାର ଜାଗିଲି ସାହିରେ ବନମାଳୀ ବେହେରାଙ୍କ ସ୍ତ୍ରୀ ସୁନୀତା ୫ ପିଲା ଓ ରୋଗଣା ଶାଶୁଙ୍କ ସହ ରହୁଥିଲେ। ଶୁକ୍ରବାର ଅପରାହ୍ନ ପ୍ରାୟ ୫ ଟାରେ ବନମାଳୀ ନିଶାସକ୍ତ ଅବସ୍ଥାରେ ଆସି ସ୍ତ୍ରୀଙ୍କ ସହ ଝଗଡ଼ା କରିଥିଲେ। ପରେ ଉତ୍ତ୍ୟକ୍ତ ହୋଇ ବନମାଳୀ ସୁନୀତାଙ୍କୁ ମାଡ଼ ମାରିଥିଲେ। ଏଥିରେ ସୁନୀତା ରାଗିଯାଇ ପାଖରେ ଥିବା ଏକ ଶିଳପୁଆରେ ବନମାଳୀଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଫଳରେ ସେ ତଳେ ପଡିଯିବା ସହ ରକ୍ତସ୍ରାବ ହୋଇଥିଲା। ଗୁରୁତର ଅବସ୍ଥାରେ ସୁନୀତା ତାଙ୍କୁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଶନିବାର ବନମାଳୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…
ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ଭଡ଼ାଘରୁ ମେଡିକାଲ ରିପ୍ରେଜେଣ୍ଟେଟିଭ୍ଙ୍କ ମୃତଦେହ ଜବତ, ପାଟିରୁ ବାହାରିଛି ରକ୍ତ, ୨ ରୁମ୍ମେଟ୍ ଅଟକ
ରାଉରକେଲା,୨୧ା୨(ସଙ୍ଗୀତା ଜେନା): ଶନିବାର ରାଉରକେଲାର ସିଭିଲ ଟାଉନ୍ଶିପ୍ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ମେଡିକାଲ ରିପ୍ରେଜେଣ୍ଟେଟିଭ୍ ଭାଗିରଥୀ ସାହୁଙ୍କ ମୃତଦେହ ଜବତ କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ…
ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…
ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…
୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ
କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…
ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…
ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…
ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..
ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…
ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା
ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…
ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍, ଯାତାୟାତ ଠପ୍
ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…
Archives

