ସ୍ବାମୀଙ୍କ ଚିହ୍ନା କହି ମହିଳାଙ୍କଠୁ ଲୁଟ୍‌

ଭଦ୍ରକ ଅଫିସ, ୨।୬ – ସ୍ବାମୀଙ୍କ ଚିହ୍ନା କହି ଜଣେ ଯୁବକ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ ଧୂଷୁରୀ ଥାନା ଅନ୍ତର୍ଗତ ଛନ୍ଦାସାହି ଗ୍ରାମର କଳ୍ପନା ନାୟକ(୪୩)। ସେ ଶୁକ୍ରବାର ଭଦ୍ରକସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରୁ ୫୫ ହଜାର ଟଙ୍କା ଉଠାଇଥିଲେ। ସେହି ସମୟରେ ଜଣେ ଅପରିଚିତ ଯୁବକ ତାଙ୍କ ସ୍ବାମୀ ରଞ୍ଜନ ନାୟକଙ୍କୁ ଚିହ୍ନିଥିବା ଏବଂ ତାଙ୍କୁ ବନ୍ତ ଛକରେ ଛାଡ଼ିଦେବେ ବୋଲି କହିଥିଲେ। କଳ୍ପନା ତାଙ୍କ ହାତକୁ ଟଙ୍କା ବ୍ୟାଗ୍‌ ଦେଇ ପାସବୁକ୍‌ ଅପଡେଟ୍‌ ପାଇଁ ବ୍ୟାଙ୍କ ଭିତରକୁ ଯାଇଥିଲେ। ଏହାପରେ ସେ ଯୁବକଙ୍କ ସହ ବାଇକ୍‌ରେ ଘରକୁ ଫେରୁଥିଲେ। କିନ୍ତୁ ଯୁବକ ଜଣଙ୍କ ତାଙ୍କୁ ବନ୍ତ ଛକ ପରିବର୍ତ୍ତେ ଅନ୍ୟ ଏକ ସ୍ଥାନରେ ଓହ୍ଲାଇ ଦେଇ ଛାଡ଼ି ଚାଲିଯାଇଥିଲେ। ସନ୍ଦେହ ହେବାରୁ କଳ୍ପନା ବ୍ୟାଗ୍‌ ଦେଖିବାରୁ ସେଥିରେ ୫୦ହଜାର ଟଙ୍କା ନ ଥିଲା ବୋଲି ଅଭିଯୋଗରେ ଦର୍ଶାଇଛନ୍ତି। ତାଙ୍କ ଅଭିଯୋଗ କ୍ରମେ ଏ ନେଇ ଟାଉନ ଥାନା ପୋଲିସ ଏକ ମାମଲା (ନଂ.୧୬୪/୧୯) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri