ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ କିଛିଦିନ ହେବ ସ୍ବାମୀ ଲଳିତ ସାହୁଙ୍କର ଅନ୍ୟ ଜଣେ ମହିଳା ସହ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାକୁ କେନ୍ଦ୍ର କରି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଘଟଣାଦିନ ସନ୍ଧ୍ୟାରେ ପାଟିତୁଣ୍ଡ ହୋଇଥିଲା। ଫଳରେ ସ୍ତ୍ରୀ ମିତା ସାହୁ (୩୦) ସେହି ଗ୍ରାମରେ ଥିବା ନିଜ ବାପଘର ଗ୍ରାମକୁ ଯାଇ ଥିଲେ। ତେବେ ସୋମବାର ବିଳମ୍ବିତ ରାତିରେ ନିଶାସକ୍ତ ଅବସ୍ଥାରେ ସ୍ବାମୀ ଲଳିତ ଶ୍ୱଶୁର ଘରେ ପହଞ୍ଚି କବାଟ ବାଡେଇବାରୁ ଶାଶୁ କବାଟ ଖୋଲିଥିଲେ। ସେହି ସମୟରେ ହାତରେ ଧରିଥିବା ଟାଙ୍ଗିଆରେ ଶାଶୁଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ପରେ ସ୍ତ୍ରୀ ମିତା ଘରେ ଶୋଇଥିବାବେଳେ ତାଙ୍କୁ ଟାଙ୍ଗିଆରେ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମିତାଙ୍କ ମୃତଦେହ ଜବତ କରିଛନ୍ତି। ଏହାସହ ଲଳିତଙ୍କ ଟାଙ୍ଗିଆ ଚୋଟରେ ଆହତ ହୋଇଥିବା ଶାଶୁ ଏବେ ଡାକ୍ତରଖଶନାରେ ଚିକିତ୍ସିତ ହେଉଛନ୍ତି। ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ଚେଷ୍ଟା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri