ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା, ଭଣଜା ଅଟକ

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ନେଇ ପୋଲିସ ଭଣଜାଙ୍କୁ ଅଟକ ରଖି ପଚରାଉଚରା କରିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି।

ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ରାସ୍ତା କଡରୁ ହରିପୁର ଗ୍ରାମର ଗୋବର୍ଦ୍ଧନ ନାଥଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କର ଗୋବର୍ଦ୍ଧନଙ୍କ ବାପା ବୈଲୋଚନ ନାଥ ରାମଚନ୍ଦ୍ରପୁର ଥାନାରେ ଏକ ହତ୍ୟା ଅଭିଯୋଗ କରିଥିଲେ। ପୋଲିସ ୧୬୭/୧୯ ରେ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବାବେଳେ ମୃତକଙ୍କ ଭଣଜାକୁ ଅଟକ ରଖି ପଚାରାଉଚୁରା କରାଯାଉଛି। ଅନ୍ୟପଟେ ମୃତ ଗୋବର୍ଦ୍ଧନଙ୍କ ସ୍ତ୍ରୀ ମାମା ବେକରେ ଦଉଡି ଦେଇ ଆତ୍ମହତ୍ୟା କରିବା ଘଟଣା ପୋଲିସ ସନ୍ଦେହକୁ ଅଧିକ ମଜଭୁତ କରିଛି। ବୁଧବାର ଏନେଇ ଖବରପାଇ ପୋଲିସ ହରିପୁର ଗ୍ରାମରେ ପହଞ୍ଚି ଆତ୍ମହତ୍ୟା କରିଥିବା ମହିଳାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରାମଚନ୍ଦ୍ରପୁର ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁଙ୍କ କହିବା ଅନୁଯାୟୀ, ଗୋବର୍ଦ୍ଧନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହେବା ପରେ ଭଣଜାକୁ ଅଟକ ରଖିଯାଇ ପଚରାଉଚୁରା କରାଯାଉଛି। ତେବେ ଏହା ମାଇଁ ସହିତ ଭଣଜାର ଅନୈତିକ ସମ୍ପର୍କ ଥିବା ଅନୁମାନ କରାଯାଉଛି। ଭଣଜାଙ୍କୁ ଥାନାକୁ ଆଣିବା ପରେ ଲୋକଲଜ୍ୟା ଭୟରେ ମାଇଁ ଏଭଳି ଉଦ୍ୟମ କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ସମସ୍ତ ଘଟଣା ପଦାକୁ ଆସିବ ବୋଲି ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?