ସ୍ବାମୀଙ୍କ ସହ ମିଶି ମାକ୍ସ ତିଆରି କରି ବାଣ୍ଟୁଛନ୍ତି ଶାନ୍ତିଲତା

ସୁନ୍ଦରଗଡ଼,୨୮ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ରୋକିବା ପାଇଁ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରି ପରିସ୍ଥିତିରେ ସମସ୍ତଙ୍କ ପାଖରେ ମାକ୍ସ ପହଞ୍ଚାଇବା ପାଇଁ ଅଣ୍ଟା ଭିଡିଛନ୍ତି ସ୍ଥାନୀୟ ଅଞ୍ଚଳର ସାମାଜିକ କର୍ମୀ ଓ ଭାଜପା ନେତ୍ରୀ ଶାନ୍ତିଲତା ସରାଫ । ନିଜ ଖର୍ଚ୍ଚରେ ମାକ୍ସ ତିଆରି କରୁଛନ୍ତି । ଯେଉଁ ଲୋକମାନେ ମାକ୍ସ କିଣିବାକୁ ଅସମର୍ଥ ତାଙ୍କୁ ତାହା ପ୍ରଦାନ କରୁଛନ୍ତି । ଏଥିସହିତ ମାକ୍ସର ବ୍ୟବହାର, କରୋନା ପାଇଁ କ’ଣ ସବୁ ସତର୍କତା ଅବଲମ୍ବନ କରାଯିବ ସେ ସଂକ୍ରାନ୍ତରେ ବୁଝାଉନ୍ତି । ସରକାରୀ କଟକଣାକୁ ମାନିବା, ଘରୁ ପଦାକୁ ବାହାରିଲେ ମାକ୍ସ ପିନ୍ଧିବା ,ହାତକୁ ଭଲ ଭାବେ ଧୋଇବା ଓ ସାମାଜିକ ଦୂରତ୍ୱକୁ ବଜାୟ ରଖିବାକୁ ସେ ବୁଲି ବୁଲି ସଚେତନ କରୁଛନ୍ତି। ଘର କାମ ସରିବା ପରେ ଶାନ୍ତିଲତାଙ୍କ ସିଲେଇ ମେଶିନ୍‌ ଚଳଚଞ୍ଚଳ ହୋଇ ଉଠୁଛି । ସେ ସ୍ବାମୀଙ୍କ ସହ ମିଶି ମାକ୍ସ ତିଆରି କରୁଛନ୍ତି । କେବଳ ସେତିକି ନୁହେଁ, କରୋନା ଯୁଦ୍ଧରେ ସାମିଲ ଥିବା ଡାକ୍ତର, ନର୍ସ ,କର୍ମଚାରୀ ,ଗଣମାଧ୍ୟମ ପ୍ରତିନିଧି ଓ ସାମାଜିକ କର୍ମୀଙ୍କୁ ବି ସେ ମାକ୍ସ ବଣ୍ଟନ କରୁଛନ୍ତି । ତାଙ୍କୁ ଏହି କାମରେ ସାହାର୍ଯ୍ୟ କରୁଛନ୍ତି ସ୍ବାମୀ ପଦ୍ମଲୋଚନ ସରାଫ । ବର୍ତ୍ତମାନ ସୁଦ୍ଧା ସେ ୨୦୦୦ରୁ ଊର୍ଦ୍ଧ୍ୱ ମାକ୍ସ ତିଆରି କରି ବାଣ୍ଟି ସାରିଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri