Posted inଫୁରସତ

ସ୍ବାମୀ ଅଣ୍ଡା ଖାଇବାକୁ ନ ଦେବାରୁ ପ୍ରେମିକଙ୍କ ସହ ସ୍ତ୍ରୀ ଫେରାର

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ କିଛି ନୂଆ କଥା ନୁହେଁ। କୁହାଯାଏ ଛୋଟବଡ଼ ପାଟିତୁଣ୍ଡ ପ୍ରେମ ସମ୍ପର୍କକୁ ମଜବୁତ କରିଥାଏ। ହେଲେ ଅନେକ ସମୟରେ ଏହି ପାଟିତୁଣ୍ଡ ଏତେ ବଡ଼ ସମସ୍ୟା ହୋଇ ଛିଡ଼ା ହୋଇଯାଏ ଯାହାର କଳ୍ପନା ମଧ୍ୟ କରିହେବ ନାହିଁ। ଏମିତି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଗୋରଖପୁର ସହରରେ। ଏଠାରେ ଏକ ଦମ୍ପତ୍ତିଙ୍କ ମଧ୍ୟରେ ଅଣ୍ଡା ଖାଇବାକୁ ନେଇ ପାଟିତୁଣ୍ଡ ହୋଇଥିଲା। କଥାଟି ଏତେ ବଢ଼ିଗଲା ଯେ ଏହି ଅଣ୍ଡା ପାଇଁ ସ୍ତ୍ରୀ ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ।
ଗୋରଖପୁର କେପିଅରଗଞ୍ଜରେ ରୁହନ୍ତି ଏହି ଦମ୍ପତ୍ତି। ସ୍ବାମୀ ଜଣେ ଦିନ ମଜୁରିଆ। ଏଣୁ ଘରର ଆର୍ଥିକ ସ୍ଥିତି ସେତେଟା ଭଲ ନୁହେଁ। ମାତ୍ର ସ୍ତ୍ରୀ ଅଣ୍ଡା ପ୍ରେମୀ। ତାଙ୍କ ପାଇଁ ସବୁଦିନ ଅଣ୍ଡା ଆଣିବା ସ୍ବାମୀଙ୍କ ପକ୍ଷେ ସମ୍ଭବ ହୋଇପାରେ ନାହିଁ। ଏକଦା ସ୍ବାମୀ ଅଣ୍ଡା ନ ଆଣି ଘରକୁ ଆସିଥିଲେ। ଏହାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ସ୍ତ୍ରୀ ରାଗିଯାଇ ପ୍ରେମିକଙ୍କ ସହ ଘର ଛାଡି ପଳାଇଲେ। ତେବେ ଏହା ପ୍ରଥମ ନୁହେଁ। ୪ ମାସ ପୂର୍ବେ ମଧ୍ୟ ସମାନ ଘଟଣା ଘଟିଥିଲା। ଅଣ୍ଡା ଖାଇବାକୁ ସ୍ବାମୀ ନ ଦେବାରୁ ପାଟିତୁଣ୍ଡ ହୋଇଥିଲା। ଉକ୍ତ ସମୟରେ ମହିଳା ସ୍ବାମୀଙ୍କୁ ଛାଡି ପ୍ରେମିକଙ୍କ ସହ ଚାଲିଯାଇଥିଲେ। ମାତ୍ର ପରେ ପୁଣି ଫେରିଆସିଥିଲେ।
ସ୍ବାମୀଙ୍କ କହିବା ଅନୁସାରେ, ସ୍ତ୍ରୀ ପାଇଁ ସବୁଦିନ ଅଣ୍ଡା କିଣିକି ଆଣିବା ସମ୍ଭବ ନୁହେଁ। ଯାହାର ଫାଇଦା ଉଠାଇଥାଏ ସ୍ତ୍ରୀର ପ୍ରେମିକ। ସେ ସବୁଦିନ ତା ପାଇଁ ଅଣ୍ଡା ଆଣି ଆସିଥାଏ। ତେଣୁ ସେ ପୁଣିଥରେ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି। ଏ ନେଇ ସ୍ବାମୀ ଥାନାରେ କେସ୍‌ କରିଛନ୍ତି। ପୋଲିସ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri