ସ୍ବାମୀ ଜୀବିତ ଥାଇ ୧୦ ମହିଳା ପାଉଛନ୍ତି ବିଧବା ଭତ୍ତା

ରାସଗୋବିନ୍ଦପୁର,୧୩-୯ (ଡି.ଏନ୍‌.ଏ): ବିଭିନ୍ନ ସମୟରେ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତା ନେଇ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଚର୍ଚ୍ଚାରେ ରହି ଆସିଥିବା ବେଳେ ଏବେ ଏଥିରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି। ଏହି ବ୍ଲକର ସାରୁମଳା ପଞ୍ଚାୟତରେ ୧୦ ଜଣ ମହିଳାଙ୍କୁ ସେମାନଙ୍କ ସ୍ବାମୀ ଜୀବିତ ଥିବା ସତ୍ତ୍ୱେ ବିଧବା ଭତ୍ତା ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଅଳ୍ପବୟସ୍କଙ୍କୁ ବାର୍ଦ୍ଧକ୍ୟଭତ୍ତା ଓ ସଧବା ମହିଳାଙ୍କୁ ବିଧବାଭତ୍ତା ପ୍ରଦାନ କରାଯାଇଥିବା ନେଇ ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ଜିଲାପାଳ ବିନୀତ ଭରଦ୍ୱାଜ ଘଟଣାର ତଦନ୍ତ ପାଇଁ ଜିଲା ସମାଜମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମାଜମଙ୍ଗଳ ଅଧିକାରୀ ନରେନ୍ଦ୍ର ବିନ୍ଧାଣି ସାରୁମଳା ପଞ୍ଚାୟତ ଗସ୍ତରେ ଆସି ଅଭିଯୋଗ ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରିଥିଲେ। ଏହି ତଦନ୍ତରେ ସାରୁମଳା ଗ୍ରାମର ୧୦ଜଣ ସଧବାଙ୍କୁ ବିଧବା ଭତ୍ତା ପ୍ରଦାନ କରାଯାଇଥିବା ଜଣାପଡ଼ିିଥିଲା। ଜିଲା ସମାଜମଙ୍ଗଳ ଅଧିକାରୀ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରିବା ପରେ ଜିଲାପାଳ ଚିଠି ନଂ.୧୮୦୨ ଓ ୧୮୦୩ ଅନୁଯାୟୀ ବୁଧବାର ରାସଗୋବିନ୍ଦପୁର ବ୍ଲକ ସମାଜ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରଜନୀଗନ୍ଧା ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତେବେ ସଧବା ମହିଳାଙ୍କୁ ଭତ୍ତା ପ୍ରଦାନ କ୍ଷେତ୍ରରେ ସହଯୋଗ କରିଥିବା ଅନ୍ୟ ସରକାରୀ କର୍ମଚାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଏହି ପଞ୍ଚାୟତର କେବଳ ସାରୁମଳା ଗ୍ରାମ ନା ଅନ୍ୟ ଗ୍ରାମମାନଙ୍କରେ ଚଞ୍ଚକତା କରି ଏଭଳି ଭତ୍ତା ପ୍ରଦାନ କରାଯାଇଛି ଏହାର ବିଧିବଦ୍ଧ ତଦନ୍ତ ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri