ସ୍ବାମୀ ଜୀବିତ ଥାଇ ୧୦ ମହିଳା ପାଉଛନ୍ତି ବିଧବା ଭତ୍ତା

ରାସଗୋବିନ୍ଦପୁର,୧୩-୯ (ଡି.ଏନ୍‌.ଏ): ବିଭିନ୍ନ ସମୟରେ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତା ନେଇ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଚର୍ଚ୍ଚାରେ ରହି ଆସିଥିବା ବେଳେ ଏବେ ଏଥିରେ ଆଉ ଏକ ଫର୍ଦ୍ଦ ଯୋଡି ହୋଇଯାଇଛି। ଏହି ବ୍ଲକର ସାରୁମଳା ପଞ୍ଚାୟତରେ ୧୦ ଜଣ ମହିଳାଙ୍କୁ ସେମାନଙ୍କ ସ୍ବାମୀ ଜୀବିତ ଥିବା ସତ୍ତ୍ୱେ ବିଧବା ଭତ୍ତା ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଅଳ୍ପବୟସ୍କଙ୍କୁ ବାର୍ଦ୍ଧକ୍ୟଭତ୍ତା ଓ ସଧବା ମହିଳାଙ୍କୁ ବିଧବାଭତ୍ତା ପ୍ରଦାନ କରାଯାଇଥିବା ନେଇ ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ଜିଲାପାଳ ବିନୀତ ଭରଦ୍ୱାଜ ଘଟଣାର ତଦନ୍ତ ପାଇଁ ଜିଲା ସମାଜମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମାଜମଙ୍ଗଳ ଅଧିକାରୀ ନରେନ୍ଦ୍ର ବିନ୍ଧାଣି ସାରୁମଳା ପଞ୍ଚାୟତ ଗସ୍ତରେ ଆସି ଅଭିଯୋଗ ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରିଥିଲେ। ଏହି ତଦନ୍ତରେ ସାରୁମଳା ଗ୍ରାମର ୧୦ଜଣ ସଧବାଙ୍କୁ ବିଧବା ଭତ୍ତା ପ୍ରଦାନ କରାଯାଇଥିବା ଜଣାପଡ଼ିିଥିଲା। ଜିଲା ସମାଜମଙ୍ଗଳ ଅଧିକାରୀ ତଦନ୍ତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରିବା ପରେ ଜିଲାପାଳ ଚିଠି ନଂ.୧୮୦୨ ଓ ୧୮୦୩ ଅନୁଯାୟୀ ବୁଧବାର ରାସଗୋବିନ୍ଦପୁର ବ୍ଲକ ସମାଜ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ରଜନୀଗନ୍ଧା ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ତେବେ ସଧବା ମହିଳାଙ୍କୁ ଭତ୍ତା ପ୍ରଦାନ କ୍ଷେତ୍ରରେ ସହଯୋଗ କରିଥିବା ଅନ୍ୟ ସରକାରୀ କର୍ମଚାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଏହି ପଞ୍ଚାୟତର କେବଳ ସାରୁମଳା ଗ୍ରାମ ନା ଅନ୍ୟ ଗ୍ରାମମାନଙ୍କରେ ଚଞ୍ଚକତା କରି ଏଭଳି ଭତ୍ତା ପ୍ରଦାନ କରାଯାଇଛି ଏହାର ବିଧିବଦ୍ଧ ତଦନ୍ତ ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri