ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଛେଣ୍ଡିପଦା,୧୩।୬(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଜରପଡା ଥାନା ତୁବେ ଗ୍ରାମ ନିକଟରେ ବୁଧବାର ଏକ ଟାଟା ମ୍ୟାଜିକ-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ ଆରୋହୀ ଜରପଡା ଥାନା ତୁବେ ଗ୍ରାମର ଜିତୁ ସାହୁ(୩୦)ଙ୍କ ମୃତ୍ୟୁ ଘଟିଥିବାବେଳେ ବାଇକ ପଛରେ ବସିଥିବା ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସ୍ଥାନୀୟବାସୀ ତାଙ୍କୁ ଉଦ୍ଧାର କରି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ପରେ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।
ପୋଲିସ କହିଛି, ଏକ ଟାଟା ମ୍ୟାଜିକ(ନଂ.ଓଆର୯କେ ୫୦୦୯)ଅନୁଗୋଳରୁ ଜରପଡ଼ା ଅଭିମୁଖେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକ ନଂ.(ଓଡି ୧୯ ଜେ୩୪୧୦)ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ ଆରୋହୀ ଜିତୁ ସାହୁ(୩୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଖବରପାଇ ଜରପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବାସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି। ଟାଟା ମ୍ୟାଜିକ ଗାଡି ଚାଳକ ଫେରାର ଥିବା ଜଣାପଡିଛି। ଏନେଇ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଏଏସଆଇ ଶ୍ରୀପତି ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri