ସ୍ବାମୀ ରଣବୀର ଶୋରେଙ୍କଠାରୁ ଅଲଗା ହେବେ କୋଙ୍କଣା

ବମ୍ବେ: ଅଲଗା ହେବେ ବଲିଉଡ୍‌ର ଆଉ ଏକ ଯୋଡ଼ି। ସ୍ବାମୀ ରଣବୀର ଶୋରେଙ୍କ ସହ ସମ୍ପର୍କ ତୁଟାଇବାକୁ ନିଷ୍ପତ୍ତି ନେଇଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। ଉଭୟ ଛାଡ଼ପତ୍ର ଲାଗି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ରଣବୀରଙ୍କ ସହ ଏକାଧିକ ଫିଲ୍ମରେ ଏକାଠି କାମ କରିଥିଲେ କୋଙ୍କଣା। ଯେପରିକି ଟ୍ରାଫିକ୍‌ ସିଗ୍‌ନାଲ, ମିକ୍ସଡ୍‌ ଡବଲ୍ସ, ଆଜା ନଚଲେ। ସାଙ୍ଗ ହୋଇ କାମ କରିବା ସମୟରେ ଉଭୟ ଉଭୟଙ୍କ ପ୍ରେମରେ ପଡ଼ିଥିଲେ। ସେହି ସମୟରେ କୋଙ୍କଣା ଗର୍ଭବତୀ ମଧ୍ୟ ହୋଇଯାଇଥିଲେ। ବିବାହ ପୂର୍ବରୁ ମା’ ହେବାକୁ ଯାଉଥିବା ସେତେବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲେ କୋଙ୍କଣା। ଶେଷରେ ୨୦୧୦ରେ ସେ ରଣବୀରଙ୍କୁ ବିବାହ କରିଥିଲେ। ଛଅ ସାତ ବର୍ଷ ବିବାହ ଠିକ୍‌ରେ ଚାଲିବା ପରେ ଏଥିରେ ତିକ୍ତତା ଆସିଥିଲା। ଫଳରେ ତିନି ବର୍ଷ ହେଲା ଉଭୟ ଉଭୟଙ୍କଠାରୁ ଅଲଗା ରହିଆସୁଥିଲେ ବୋଲି କୁହାଯାଉଛି।

ଏବେ ସମ୍ପର୍କକୁ ତୁଟାଇ ଆଗକୁ ବଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି କୋଙ୍କଣା-ରଣବୀର। ଉଭୟଙ୍କ ଛଅ ବର୍ଷର ପୁଅ ରହିଛି। ସହମତି ଭିତ୍ତିରେ ସେମାନେ ଅଲଗା ହେଉଥିବାରୁ ପୁଅଙ୍କ ଯତ୍ନ ଉଭୟେ ନେବେ। ଆଗାମୀ ୬ ମାସ ମଧ୍ୟରେ ଛାଡ଼ପତ୍ର ଫାଇନାଲ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri