ସ୍ବାସ୍ଥ୍ୟକର୍ମଚାରୀଙ୍କୁ ଶୀଘ୍ର ନିଯୁକ୍ତି, ତାଲିମ ଦିଆଯାଉ

ଝାରସୁଗୁଡା ଅଫିସ,୯ା୪- ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ମନ୍ତ୍ରୀମଣ୍ଡଳସ୍ତରୀୟ କମିଟି ପକ୍ଷରୁ କୋଭିଡ-୧୯ ମୁକାବିଲା ପାଇଁ ଗୁରୁତ୍ୱପୁର୍ଣ୍ଣ ଆଲୋଚନା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନ୍ସ ଜରିଆରେ ଏହି ଆଲୋଚନା ହୋଇଛି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଏନଆଇସି କକ୍ଷରେ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇ ଥିଲେ। ସେ ବିଭିନ୍ନ ପରାମର୍ଶ ଦେବା ସହ କରୋନା ମୁକାବିଲା କାର୍ଯ୍ୟର ସମୀକ୍ଷା ଓ ବିଭିନ୍ନ ନିଷ୍କତ୍ତି ମଧ୍ୟ ନେଇଛନ୍ତି। ପ୍ରତିଦିନ ଏକ ହଜାର ରକ୍ତ ନମୁନା ପରୀକ୍ଷା କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି। ୧୨ ତାରିଖରୁ ବ୍ରହ୍ମପୁର ମେଡିକାଲ କଲେଜରେ, ୧୫ ତାରିଖରୁ ଭିମସାରରେ ଓ ୧୭ ତାରିଖରୁ ଆଇଜିଏଚରେ ରକ୍ତ ନମୁନା ପରୀକ୍ଷା କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକ ଶେଷ ହେବା ପରେ ମନ୍ତ୍ରୀ ଦାସ ଗଣମାଧ୍ୟମକୁ ସୂଚନା ଦେଇ କହିଥିଲେ ଯେ ଦିଲ୍ଲୀ ଏମ୍ସରେ ଯେଭଳି ଭାବେ ଲୋକଙ୍କୁ ସାନିଟାଇଜ କରାଯାଉଛି ସେହିଭଳି ଓଡିଶାରେ ମଧ୍ୟ ବ୍ୟବସ୍ଥା ହେବା ଆବଶ୍ୟକ। ବୁର୍ଲା ଭିମସାରକୁ ଯୋଗାଇ ଦିଆଯାଇଥିବା ୨୨ ଟି ଭେଣ୍ଟିଲେଟରକୁ ବୁର୍ଲା କୋଭିଡ ହସ୍ପିପିଟାଲରେ ବ୍ୟବହାର କରାଯିବା, ସରକାରଙ୍କ ପକ୍ଷରୁ କୋଭିଡ-୧୯ ଚିକିତ୍ସା ପାଇଁ ଅନୁମୋଦନ କରିଥିବା ୨୪୩୨ ଜଣ ଷ୍ଟାଫ ନର୍ସ, ୭୨୯ ଜଣ ଫାର୍ମାସିଷ୍ଟ, ୬୧୦ ଜଣ ଲ୍ୟାବ ଟେକନିସିଆନ, ୨୯୧ ରେଡିଓ ଗ୍ରାଫର, ୧୭୩୫ ଜଣ ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ୨୧୬୩ ଜଣ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଶିଘ୍ର ନିଯୁକ୍ତି ଦେଇ ତାଲିମ ଦେବାକୁ ଦାବି କରିଛନ୍ତି। ବିଭିନ୍ନ ଜିଲାରେ କୋଭିଡ ତାଲିମ ଶେଷ କରାଯାଇ କୋଭିଡ ହସ୍ପିଟାଲରେ କାର୍ଯ୍ୟ ଆରମ୍ଭ କରାଯାଉ। ସମସ୍ତ ଜିଲାର ଆୟୁର୍ବେଦ, ହୋମିଓପାଥି ଡାକ୍ତର ଓ ଅନ୍ୟାନ୍ୟ ମେଡିକାଲ ଷ୍ଟାଫଙ୍କୁ କୋଭିଡ ହସ୍ପିଟାଲରେ କାର୍ଯ୍ୟ କରିବା ପାଇଁ ତାଲିମ ପ୍ରଦାନ କରାଯାଉ। ସେହିଭଳି ଏନସିସି କ୍ୟାଡେଟ, ଏନ୍‌ଏସ୍‌ଏସ୍‌, ଏନୱାଇକେଏସ୍‌ ସ୍ବଚ୍ଛାସେବୀଙ୍କୁ ମଧ୍ୟ ଏ ନେଇ ତାଲିମ ଦେବାକୁ ମନ୍ତ୍ରୀ ଦାସ ବୈଠକରେ ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri