ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ହେବ ୭ବର୍ଷ ଜେଲ୍‌ ଦଣ୍ଡ: ମୋଦି ସରକାର ଆଣିଲେ ଅଧ୍ୟାଦେଶ

ନୂଆଦିଲ୍ଲୀ,୨୨।୪: କରୋନା ଭାଇରସ୍‌ ମହାସଙ୍କଟ ମଧ୍ୟରେ ଦେଶର ଡାକ୍ତର ଓ ନର୍ସଙ୍କ ଉପରେ କିଛି ଦିନରୁ ଆକ୍ରମଣ ହେଉଥିବା ଘଟଣା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୋଦି ସରକାର ଏକ ଅଧ୍ୟାଦେଶ ଆଣିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା। ଏଥିରେ ୧୨୩ ବର୍ଷର ପୁରୁଣା ଆଇନକୁ ପରିବର୍ତ୍ତନ କରାଯିବା ସହ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଏକ ଅଧ୍ୟାଦେଶ ଅଣାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଅଧ୍ୟାଦେଶ ଅନୁସାରେ ଯଦି ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ଉପରେ କେହି ଆକ୍ରମଣ କରେ ତେବେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ସରକାର। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟକର୍ମୀଙ୍କ ଉପରେ ଆକ୍ରମଣ କଲେ ଆକ୍ରମଣକାରୀଙ୍କୁ ଜାମିନ ନ ମିଳିବା ସହ ୩୦ ଦିନ ଭିତରେ ଘଟଣାର ଯାଞ୍ଚ ଶେଷ ହେବ। ଏହି ମାମଲା ଉପରେ ଏକ ବର୍ଷ ମଧ୍ୟରେ ନିଷ୍ପତ୍ତି ନିଆଯିବ ଏବଂ ଆକ୍ରମଣଙ୍କକାରୀଙ୍କୁ ୩ମାସରୁ ୫ବର୍ଷ ଯାଏଁ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିପାରେ ବୋଲି ସୂଚନା ମିଳିଛି। ଏତଦ୍‌ ବ୍ୟତୀତ ଗୁରୁତର ମାମଲାରେ ଆକ୍ରମଣକାରୀଙ୍କୁ ୬ମାସରୁ ସର୍ବାଧିକ ୭ବର୍ଷର ଜେଲ୍‌ ଦଣ୍ଡ ମଧ୍ୟ ହୋଇପାରେ। କେବଳ ସେତିକି ନୁହେଁ ଅଭିଯୁକ୍ତଙ୍କୁ ୫୦ହଜାରରୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ ବୋଲି କେନ୍ଦ୍ରମନ୍ତ୍ରୀ ଜାଭଡେକର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?