Posted inଖେଳ

ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ନେଭିଲେଙ୍କ ହୋଟେଲ ଫ୍ରି

ଲଣ୍ଡନ, ୧୯।୩- ମାରାତ୍ମକ କରୋନା ଭାଇରସ୍‌ ବିଶ୍ୱରେ ଏହାର କାୟା ବିସ୍ତାର କରି ଚାଲିଛି। ଏଭଳି ଏକ ଦୁର୍ଦ୍ଦିନ ସମୟରେ ଇଂଲଣ୍ଡ ତଥା ମାଞ୍ଚେଷ୍ଟର ୟୁନାଇଟେଡ୍‌ର ପୂର୍ବତନ ଫୁଟ୍‌ବଲ ଖେଳାଳି ଗ୍ୟାରୀ ନେଭିଲେ ସହାୟତାର ହାତ ବଢ଼ାଇଛନ୍ତି। ନ୍ୟାଶନାଲ ହେଲ୍‌ଥ ସର୍ଭିସ (ଏନ୍‌ଏଚ୍‌ଏସ୍‌) ଷ୍ଟାଫ୍‌ଙ୍କ ଲାଗି ନେଭିଲେ ମାଞ୍ଚେଟରରେ ଥିବା ନିଜର ୨ଟି ହୋଟେଲରେ ମାଗଣା ରହିବା ବ୍ୟବସ୍ଥା ଉପଲବ୍ଧ କରିଛନ୍ତି। ଏହି ହୋଟେଲ ୨ଟି ଏବେ ସାଧାରଣ ଲୋକଙ୍କ ପାଇଁ ବନ୍ଦ ହୋଇଯାଇଛି। ଦୁଇଟି ଯାକ ହୋଟେଲରେ ୧୭୬ ବେଡ୍‌ ରହିଛି, ଯେଉଁଥିରେ ଏନ୍‌ଏଚ୍‌ଏସ୍‌ ଓ ଅନ୍ୟ ମେଡିକାଲ ଷ୍ଟାଫ୍‌ ମାଗଣାରେ ରହିପାରିବେ ବୋଲି ଏହି ଡିଫେଣ୍ଡର ଖେଳାଳି ଘୋଷଣା କରିଛନ୍ତି। ସାଧାରଣଙ୍କ ଲାଗି ହୋଟେଲ ବନ୍ଦ ହୋଇଯାଇଥିଲେ ମଧ୍ୟ ଏହାର କର୍ମଚାରୀ ସେଠାରେ ରହି ଡାକ୍ତର, ନର୍ସ, ମେଡିକାଲ ଷ୍ଟାଫ୍‌ଙ୍କୁ ସର୍ଭିସ ଯୋଗାଇବେ। ‘ଏହା ଏଭଳି ଏକ ସମୟ ଯେତେବେଳେ କି ସମଗ୍ର ଉଦ୍ଦ୍ୟୋଗ ଜଗତ ଏକଜୁଟ ହେବା ଆବଶ୍ୟବ ରହିଛି। ସେହି ଲୋକମାନଙ୍କ ପାଇଁ ଯେଉଁମାନେ ଆଗାମୀ ଦିନରେ ଅଧିକ ଆବାସ ଆବଶ୍ୟକ କରିବେ’ ବୋଲି ନେଭିଲେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ପୂର୍ବତନ ସାଥୀ ଖେଳାଳି ର଼୍ୟାନ୍‌ ଗିଜିଙ୍କ ସହ ମିଶି ନେଭିଲେ ଏହି ୨ଟି ହୋଟେଲ ପ୍ରତିଷ୍ଠା କରିଛନ୍ତି। ଓଲ୍ଡ ଟ୍ରାଫୋର୍ଡରେ ‘ହୋଟେଲ ଫୁଟ୍‌ବଲ’ ଏବଂ ସିଟି ସେଣ୍ଟରରେ ‘ଦି ଷ୍ଟାକ୍‌ ଏକ୍ସଚେଞ୍ଜ ହୋଟେଲ’ ନାମରେ ଏହି ୨ଟି ହୋଟେଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?