ବାରିପଦା ଅଫିସ, ୨୯ା୩- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍କୁ ନେଇ ଆତଙ୍କ ପ୍ରକାଶ ପାଇଛି। ସାରା ଦେଶରେ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏଭଳି ପ୍ରତିକୂଳ ସମୟରେ ଡାକ୍ତର, ପାରା ମେଡ଼ିକାଲ୍ ଷ୍ଟାଫ୍, ସଫେଇ କର୍ମଚାରୀ, ପୋଲିସ କର୍ମଚାରୀ ଓ ଗଣମାଧ୍ୟମର କାର୍ଯ୍ୟ ପ୍ରଶଂସନୀୟ। ରାଜ୍ୟ ସରକାର ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ ଆଗୁଆ ୩ ମାସର ଦରମା ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟକର୍ମୀମାନଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରିଛନ୍ତି। ସରକାରଙ୍କ ଏଭଳି ଘୋଷଣାକୁ ଜିଲାର ସମସ୍ତ ପୋଲିସ କର୍ମଚାରୀ ସ୍ବାଗତ କରିଛନ୍ତି। ମାତ୍ର ନିଜ ଜୀବନକୁ ବାଜି ଲଗାଇ ପରିବାରକୁ ଭୁଲି ସରକାରଙ୍କ ପ୍ରତିଟି ପଦକ୍ଷେପକୁ ସଫଳ ରୂପାୟନ ଦେବାରେ ଦିନ ରାତି ପୋଲିସ କର୍ମଚାରୀମାନେ କାର୍ଯ୍ୟ କରି ଆସୁଛନ୍ତି। ପୋଲିସ କର୍ମଚାରୀଙ୍କ ନିଷ୍ଠାବାନ ସେବା ପାଇଁ ଲକଡାଉନ ସଫଳ ହୋଇପାରିଥିବା ବେଳେ ସଂକ୍ରମଣକୁ ରୋକାଯାଉଛି ବୋଲି ପୋଲିସ କର୍ମଚାରୀମାନେ ପ୍ରକାଶ କରିଛନ୍ତି। ତେଣୁ ସମସ୍ତ ପୋଲିସ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଭଳି ଅନୁରୂପ ଭାବରେ ୩ ମାସର ଆଗୁଆ ଦରମା, ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରିବା ପାଇଁ ମୟୂରଭଞ୍ଜ ଜିଲା ପୋଲିସ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସରକାର ତୁରନ୍ତ ଏହି ଦାବି ପୂରଣ କରିବାକୁ ପୂର୍ବତନ ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ପ୍ରମୋଦ କୁମାର ଦାସ ନିବେଦନ କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
Archives


