ସ୍ବାସ୍ଥ୍ୟକେନ୍ଦ୍ରରେ ରହିଲାନି ସାମାଜିକ ଦୂରତ୍ୱ

ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ରହିଛି। ପୋଲିସ ପ୍ରଶାସନ ବିଭିନ୍ନ ବ୍ୟବସାୟିକ ପେଣ୍ଠସ୍ଥଳ, ହାଟ, ବଜାରରେ ବ୍ୟାପକଭାବେ ଚଢାଉ କରି ସାମାଜିକ ଦୂରତ୍ୱ ରଖୁ ନ ଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବାବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ସ୍ବାସ୍ଥ୍ୟକେନ୍ଦ୍ରରେ। ସୂଚନା ଯେ, ବରୀ ବ୍ଲକ ଅଧୀନ ଅରଙ୍ଗାବାଦ ପଞ୍ଚାୟତରେ ରହିଛି କସ୍ତୁରବା ମାତୃମଙ୍ଗଳ କେନ୍ଦ୍ର (ସେବାଘର)। ଏଠାରେ ଗର୍ଭବତୀ ମହିଳା ଓ ଶିଶୁଙ୍କୁ ବୁଧବାର ଟୀକା ଦିଆଯିବା ସମୟରେ ସମଦୂରତା ରକ୍ଷା କରିବା ଦାୟିତ୍ୱରେ ଥିବା କର୍ମଚାରୀମାନେ ଏହା ଉପରେ ଗୁରୁତ୍ୱ ଦେଇ ନ ଥିବା ଦେଖିବାକୁ ମିଳିଛି। କରୋନା ଭୂତାଣୁ ସଂକ୍ରମଣ ଉପରେ ସ୍ବାସ୍ଥ୍ୟ ବିଭାଗର ଗୁରୁ ଦାୟିତ୍ୱ ରହିଥିବାବେଳେ ଏଠାରେ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଏ ସମ୍ପର୍କରେ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ କୌଶିକ ପାତ୍ରଙ୍କୁ ପଚାରିବାରେ, ଯଦି ଅଭିଯୋଗ ସତ୍ୟ ହୋଇଥାଏ ତେବେ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ଆଗାମୀ ଦିନରେ ଏଭଳି ତ୍ରୁଟି ନ ହେବା ଦିଗରେ ବିଶେଷ ଦୃଷ୍ଟି ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri