ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର ଜିଲା ସଭାପତି ଅର୍ଜୁନ ମୁର୍ମୁଙ୍କ ନେତୃତ୍ୱରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଲକ୍ଷ୍ମୀପ୍ରିୟା ପ୍ରଧାନଙ୍କୁ ୬ ଦଫା ସମ୍ବଳିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରାଯାଇଛି। ଗତ ୪ ତାରିଖରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ସ୍ଥାନୀୟ ହାଣଦା ଗ୍ରାମର ଚିତ୍ତରଞ୍ଜନ ମୁଣ୍ଡାଙ୍କ ସ୍ତ୍ରୀ ତୁଳସୀଙ୍କ ସମେତ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିଲା। ଏହି ଦୁଃଖଦ ତଥା ଲଜ୍ଜାଜନକ ଘଟଣାକୁ ମାରିସା ସେନା ପକ୍ଷରୁ ନିନ୍ଦା କରାଯାଇଥିଲା। ମୃତ ମହିଳାଙ୍କ ପରିବାରକୁୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବା, ଜିଲାରେ ଶିଶୁ ମାତୃ ମୃତ୍ୟୁ ବନ୍ଦ ଲାଗି ପ୍ରତିକାର ବ୍ୟବସ୍ଥା କରାଯିବା, ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୨୪ ଘଣ୍ଟା ନିରାମୟ କେନ୍ଦ୍ରକୁ ଖୋଲା ରଖାଯିବା, ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରସୂତି ଓ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦିଆଯିବା ଏବଂ ନୂତନ ଆମ୍ବୁଲାନ୍ସ ପ୍ରଦାନ ବ୍ୟବସ୍ଥା ପ୍ରତି ଧ୍ୟାନ ଦିଆଯିବା ପାଇଁ ସେନା ପକ୍ଷରୁ ଦାବି କରାଯାଇଛି। ଏହାର ପ୍ରତିକାର ପାଇଁ ଯଦି କୌଣସି ବ୍ୟବସ୍ଥା କରା ନ ଯାଏ ତେବେ ମାରିସା ସେନା ପକ୍ଷରୁ ଆଗାମୀ ଦିନରେ ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବାମନଘାଟି ସବଡିଭିଜନ ସଭାପତି ଜିତରାୟ ମାରାଣ୍ଡି, ବାବୁଲୁ ମାରାଣ୍ଡି, ପ୍ରଭାସ ମାରାଣ୍ଡି, ଦୋଳଗୋବିନ୍ଦ ସିଂ, ପରେଶ ମାରାଣ୍ଡି, ସହଦେବ ମାରାଣ୍ଡି, ବାଲିଆ ମୁର୍ମୁ, ଦାକ୍ଷିନ ମମାରାଣ୍ଡି ଏବଂ ରାଜୁ ସିଂ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri