Posted inକଟକ

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହୁନି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୨।୪(ଡି.ଏନ.ଏ.): ଦିନକୁଦିନ ମହାମାରୀ କରୋନାର ରୂପ ଭୟାନକ ହେବାରେ ଲାଗିଛି। ଏହି ଭୂତାଣୁର ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ ଘୋଷଣାର କରିବା ସହ ପ୍ରତ୍ୟେକ ବ୍ୟକ୍ତିଙ୍କ ମଧ୍ୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ବିଭିନ୍ନ କ୍ଷେତ୍ରରେ ସଚେତନ କରାଯାଉଛି। ଏହାସତ୍ତ୍ୱେ କଣ୍ଟାପଡ଼ା ଅଧୀନ ଅଡ଼ଶପୁରସ୍ଥିତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଏହାକୁ ଆଦୌ ଗୁରୁତର ସହ ନେଉନାହାନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ କାଶ, ଥଣ୍ଡା ଓ ଜ୍ୱରରେ ଆକ୍ରନ୍ତ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଉଛି। ଫଳରେ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତିଦିନ ରୋଗୀଙ୍କ ସୁଅଛୁଟୁଛି। ଗୁରୁବାର ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀମାନଙ୍କ ପ୍ରବଳ ଭିଡ଼ ଦେଖାଯାଇଥିଲା। କିନ୍ତୁ ପରସ୍ପର ମଧ୍ୟରେ ସାମାନ୍ୟ ହେଲେ ବି ସାମାଜିକ ଦୂରତ୍ୱ ରଖୁ ନ ଥିବା ଦେଖାଯାଇଛି। ସ୍ଥାନୀୟ ସାମାଜିକ କର୍ମୀ ନିରଞ୍ଜନ ଭୋଇ ଗୁରୁବାର ସକାଳେ ଜଣେ ରୋଗୀଙ୍କୁ ନେଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ଏଭଳି ପରିସ୍ଥିତି ଦେଖି ଉପସ୍ଥିତ ରୋଗୀ ଓ ସମ୍ପର୍କୀୟଙ୍କୁ ସାମାଜିକ ଦୂରତ୍ୱ ରଖିବା ପାଇଁ କହିଥିଲେ। ମାତ୍ର କେହି ନ ଶୁଣିବାରୁ ସେଠାରେ ଉପସ୍ଥିତ ଥିବା ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ଜଣାଇଥିଲେ। ମାତ୍ର ସିକ୍ୟୁରିଟି ଗାର୍ଡଜଣଙ୍କ ନିଜର ଅକ୍ଷମତା ପ୍ରକାଶ କରିଥିଲେ। ଫଳରେ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ପରିସ୍ଥିତି ରହିଲେ କରୋନା ସଂକ୍ରମଣକୁ ଆଦୌ ଏଡ଼ାଇ ଦିଆ ନ ଯାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri