Posted inକଟକ

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହୁନି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୨।୪(ଡି.ଏନ.ଏ.): ଦିନକୁଦିନ ମହାମାରୀ କରୋନାର ରୂପ ଭୟାନକ ହେବାରେ ଲାଗିଛି। ଏହି ଭୂତାଣୁର ସଂକ୍ରମଣ ରୋକିବା ଲାଗି ସରକାର ଲକଡାଉନ ଘୋଷଣାର କରିବା ସହ ପ୍ରତ୍ୟେକ ବ୍ୟକ୍ତିଙ୍କ ମଧ୍ୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ବିଭିନ୍ନ କ୍ଷେତ୍ରରେ ସଚେତନ କରାଯାଉଛି। ଏହାସତ୍ତ୍ୱେ କଣ୍ଟାପଡ଼ା ଅଧୀନ ଅଡ଼ଶପୁରସ୍ଥିତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଏହାକୁ ଆଦୌ ଗୁରୁତର ସହ ନେଉନାହାନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ କାଶ, ଥଣ୍ଡା ଓ ଜ୍ୱରରେ ଆକ୍ରନ୍ତ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଉଛି। ଫଳରେ ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତିଦିନ ରୋଗୀଙ୍କ ସୁଅଛୁଟୁଛି। ଗୁରୁବାର ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରୋଗୀମାନଙ୍କ ପ୍ରବଳ ଭିଡ଼ ଦେଖାଯାଇଥିଲା। କିନ୍ତୁ ପରସ୍ପର ମଧ୍ୟରେ ସାମାନ୍ୟ ହେଲେ ବି ସାମାଜିକ ଦୂରତ୍ୱ ରଖୁ ନ ଥିବା ଦେଖାଯାଇଛି। ସ୍ଥାନୀୟ ସାମାଜିକ କର୍ମୀ ନିରଞ୍ଜନ ଭୋଇ ଗୁରୁବାର ସକାଳେ ଜଣେ ରୋଗୀଙ୍କୁ ନେଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ଏଭଳି ପରିସ୍ଥିତି ଦେଖି ଉପସ୍ଥିତ ରୋଗୀ ଓ ସମ୍ପର୍କୀୟଙ୍କୁ ସାମାଜିକ ଦୂରତ୍ୱ ରଖିବା ପାଇଁ କହିଥିଲେ। ମାତ୍ର କେହି ନ ଶୁଣିବାରୁ ସେଠାରେ ଉପସ୍ଥିତ ଥିବା ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ଜଣାଇଥିଲେ। ମାତ୍ର ସିକ୍ୟୁରିଟି ଗାର୍ଡଜଣଙ୍କ ନିଜର ଅକ୍ଷମତା ପ୍ରକାଶ କରିଥିଲେ। ଫଳରେ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ପରିସ୍ଥିତି ରହିଲେ କରୋନା ସଂକ୍ରମଣକୁ ଆଦୌ ଏଡ଼ାଇ ଦିଆ ନ ଯାଇପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣରେ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri