ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ଥିବାରୁ ରୋଗୀ ଫେରିଲେ ଘରକୁ

ପାଟଣା, ୧୦।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକରେ ଚାବି ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ ଦୂରଦୂରାନ୍ତରୁ ଆସିଥିବା ରୋଗୀମାନେ ଡାକ୍ତରଙ୍କ ଭେଟ ନ ପାଇ ନିରାଶ ହୋଇ ଘରକୁ ଫେରିଛନ୍ତି। ମେଡିକାଲର ମୁଖ୍ୟ ଫାଟକରେ ଶନିବାର ଚାବି ପଡିଥିବାରୁ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ. ସୁପ୍ରକାଶ ଶତପଥୀଙ୍କୁ ପଚାରିବାରୁ ଡାକ୍ତର ଖାନାର ସମସ୍ତ କର୍ମଚାରୀମାନେ ବିନା ଅନୁମତିରେ ଶନିବାର ଏଚଆରଏମଏସ ପ୍ରୋଟୋଲରେ ଡାଟା ଏଣ୍ଟ୍ରି ପାଇଁ ପାଟଣା ମୁଖ୍ୟାଳୟ ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚାଲି ଯାଇଥିଲେ। ଏଥିପାଇଁ ଦାୟୀ କର୍ମଚାରୀଙ୍କୁ କାରଣ ଦର୍ଶାଅ ଚିଠି ଜାରି କରାଯାଇଛି। ରାଜନଗର ମେଡିକାଲରେ ଡାକ୍ତର ପଦବୀ ଖାଲି ପଡ଼ିଛି। ଜଣେ ମାତ୍ର ଫାର୍ମାସିଷ୍ଟ ଓ ଆୟୁଷ ଡାକ୍ତରରେ ଡାକ୍ତରଖାନା ଚାଲିଛି। ତେବେ ଫାଟକରେ ଚାବି ପଡିଥିବାରୁ ଆୟୁଷ ଡାକ୍ତର ସଂଘମିତ୍ରା ପ୍ରଧାନ ଡାକ୍ତରଖାନାକୁ ଆସି ଫେରିଯାଇଥିବା କଥା ସେ କହିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରି ଏଥିପାଇଁ ଦାୟୀ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri