ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ‘ଆୟୁଷ୍ମାନ୍‌ ଭାରତ’ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆଲୋଚନା

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆୟୁଷ୍ମାନ୍‌ ଭାରତ ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଇନ୍ଦୁଭୂଷଣଙ୍କ ନେତୃତ୍ୱରେ ୫ ଜଣିଆ ପ୍ରତିନିଧି ଦଳ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବକିଶୋର ଦାସଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନା କାଳରେ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ’ ଯୋଜନା ଓ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଛି। ଏହି ଦୁଇ ଯୋଜନାର ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଆଜି ଯେଉଁ ଆଲୋଚନା ହୋଇଛି ତାହା ପ୍ରାଥମିକ ପର୍ଯ୍ୟାୟ। ବିଧିବଦ୍ଧ ଭାବେ ସେମାନେ ପ୍ରସ୍ତାବ ଦେବା ପରେ ତାଙ୍କର ପ୍ରସ୍ତାବକୁ ତର୍ଜମା କରାଯିବ। ଆମ ରାଜ୍ୟ ଯଦି ବିଶେଷ ଭାବେ ଉପକୃତ ହୋଇପାରିବ ତାହା ହେଲେ ବିଚାର କରାଯାଇପାରେ ବୋଲି ମନ୍ତ୍ରୀ କହିଛନ୍ତି।
ଏହି କେନ୍ଦ୍ରୀୟ ଦଳ ପ୍ରଥମେ ମୁଖ୍ୟ ଶାସନସଚିବ ଆଦିତ୍ୟ ପାଢ଼ୀଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ। ସଚିବାଳୟଠାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କାଳରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, କେନ୍ଦ୍ରରୁ ଆସିଥିବା ମନୁ ଶୁକ୍ଲା, ଅଦିତି ଭାର୍ଗବ, ଆସ୍ଥା ଆରୋରା ଓ ରୋହିତ ଦେଓ ଝାଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri