ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ ହଠାତ୍‌ ଏଭଳି ଆଭିମୁଖ୍ୟ ଦେଖି ସରକାରୀ ଅଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମଧ୍ୟ ମିଳିଥିଲା। ତେଣୁ ଏଥିରେ ସୁଧାର ଆଣିବା ପାଇଁ ଏବେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟରେ ପରିବର୍ତ୍ତନ ଆସିଛି। ଦୁର୍ନୀତିଗ୍ରସ୍ତଙ୍କୁ ଦଣ୍ଡ ଦେବା ସହିତ ଭଲ କାର୍ଯ୍ୟ କରୁଥିବା ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ୫ଟି କାର୍ଯ୍ୟକ୍ରମରେ ଡାକ୍ତର ଏବଂ ସେବାରେ ନିୟୋଜିତ କର୍ମଚାରୀଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି। ଡାକ୍ତରଙ୍କ ଲାଗି ୧୦ଲକ୍ଷ ଟଙ୍କା ଏବଂ ଅନ୍ୟ କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଟଙ୍କାର ଘୋଷଣା କରିଛନ୍ତି।
ସରକାରଙ୍କ ଘୋଷଣା ଅନୁଯାୟୀ, ୫ଟି କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନେକ ଡାକ୍ତର, ପାରାମେଡିକାଲ ଷ୍ଟାଫ୍‌ ଓ ଅନ୍ୟ କର୍ମଚାରୀମାନେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରୁଛନ୍ତି। ସମ୍ବେଦନଶୀଳଭାବେ ରୋଗୀଙ୍କ ଯତ୍ନ ନେଉଛନ୍ତି। ସେହିଭଳି କାର୍ଯ୍ୟ କରୁଥିବା ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କୁ ଉତ୍ସାହିତ କରିବା ସକାଶେ ପୁରସ୍କାର ଦିଆଯିବ। ଏହାସହ ସ୍ବାସ୍ଥ୍ୟସେବା ଯୋଗାଉଥିବା ଅନୁଷ୍ଠାନଗୁଡିକୁ ମଧ୍ୟ ପୁରସ୍କୃତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ସ୍ବାସ୍ଥ୍ୟସେବା ଯୋଗାଇବାରେ ଶ୍ରେଷ୍ଠ ବିବେଚିତ ୧୦ଜଣ ଡାକ୍ତର ଏବଂ ଅନ୍ୟ କର୍ମଚାରୀ ପୁରସ୍କୃତ ହେବେ। ଡାକ୍ତରଙ୍କ କ୍ଷେତ୍ରରେ ୧୦ଲକ୍ଷ ଟଙ୍କା ଏବଂ ଅନ୍ୟ କର୍ମଚାରୀଙ୍କୁ ୫ଲକ୍ଷ ଟଙ୍କା ଲେଖାଏ ପୁରସ୍କୃତ କରାଯିବ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିତ୍ୱଙ୍କୁ ନେଇ ଏକ କମିଟି ଏନେଇ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ ଥିବା ଜଣେ ସ୍ଥାୟୀ କର୍ମଚାରୀ ନିଜ ଚାକିରିକାଳ ମଧ୍ୟରେ କରିଥିବା ଉଲ୍ଲେଖନୀୟ ସେବାକୁ ଭିତ୍ତିକରି ପୁରସ୍କାର ପ୍ରଦାନ କରାଯିବ। ଏହି ପୁରସ୍କାର ଲାଗି ମନୋନୀତ କର୍ମଚାରୀଙ୍କୁ ଅବସର ଦିନ ଉଚ୍ଚ ପଦବୀକୁ ପଦୋନ୍ନତି ମିଳିବ। ଏଥିପାଇଁ ଜଣେ କର୍ମଚାରୀ ୨୫ବର୍ଷ ସ୍ଥାୟୀ ଚାକିରି କରିଥିବା ଆବଶ୍ୟକ। ଅପରପକ୍ଷରେ ନ୍ୟାଶନାଲ କ୍ୱାଲିଟି ଆକ୍ରିଡିଏସନ ଷ୍ଟାଣ୍ଡାର୍ଡ ପ୍ରମାଣ ପତ୍ର ହାସଲ କରିଥିବା ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କଠାରୁ ଆରମ୍ଭ କରି ନିରାପତ୍ତାରକ୍ଷୀ କର୍ମଚାରୀଙ୍କୁ ଗୋଟିଏ ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକ ବର୍ଷରେ ମିଳିବ। କାୟାକଳ୍ପ ହାସଲ କରିଥିବା ସ୍ବାସ୍ଥ୍ୟସେବା ଅନୁଷ୍ଠାନର ଡାକ୍ତରଙ୍କ ଏବଂ ନିରାପତ୍ତାରକ୍ଷୀ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କୁ ଅଧା ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକବର୍ଷ ଦିଆଯିବ। ସେହିପରି ଲକ୍ଷ୍ୟ ପ୍ରମାଣପତ୍ର ହାସଲ କରିଥିବା ସ୍ବାସ୍ଥ୍ୟ ଅନୁଷ୍ଠାନର ପ୍ରସବ ଗୃହ ଓ ମାତୃତ୍ୱ ଅସ୍ତ୍ରୋପଚାର ଗୃହରେ କାର୍ଯ୍ୟରତ ଡାକ୍ତର ଏବଂ ଅନ୍ୟ କର୍ମଚାରୀଙ୍କୁ ଅଧା ମାସର ଦରମା ବୋନସ ଭାବେ ପରବର୍ତ୍ତୀ ଆର୍ଥିକ ବର୍ଷ ମିଳିବ। ମୋ ସରକାର କାର୍ଯ୍ୟକ୍ରମ ଅନୁଯାୟୀ ରୋଗୀଙ୍କ ମତାମତ ଅନୁସାରେ ୫ଟି ଅନୁଷ୍ଠାନ ପୁରସ୍କୃତ ହେବ। ସରକାରୀ ଡାକ୍ତରଖାନା ଯାଉଥିବା ରୋଗୀଙ୍କ ମତାମତକୁ ଭିତ୍ତିକରି ସ୍ଥିର ହୋଇଥିବା ଶ୍ରେଷ୍ଠ ୫ଟି ଅନୁଷ୍ଠାନର ମେଡିକାଲ ଅଫିସରଙ୍କୁ ତ୍ରୈମାସିକ ପ୍ରଶଂସା ପତ୍ର ପ୍ରଦାନ କରାଯିବ। ଏହାସହିତ ବର୍ଷଯାକ ଭଲ କାମ କରିଥିବା ମେଡିକାଲ କର୍ମଚାରୀଙ୍କୁ ଏଲ୍‌ଟିସିରେ ବିଦେଶ ଭ୍ରମଣ ପାଇଁ ସୁଯୋଗ ମିଳିବ। ଏହାସହ ଚୁକ୍ତି ଭିତ୍ତିକ କର୍ମଚାରୀ ତାଲିମ ପାଇଁ ବିଦେଶ ଯାଇପାରିବେ। ପ୍ରସବ ଓ ତଜ୍ଜନିତ ଅସ୍ତ୍ରୋପଚାର ପାଇଁ ଭଲ କାମ କରିଥିବା ଟିମ୍‌କୁ ସ୍ବାସ୍ଥ୍ୟ ବିଭାଗ ନିୟମାବଳୀ ଅନୁଯାୟୀ ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରାଯିବ। ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କର୍ମଚାରୀଙ୍କ ମଧ୍ୟରେ ଏକ ସୁସ୍ଥ ପ୍ରତିଯୋଗିତା ସୃଷ୍ଟି କରିବା ପାଇଁ ଏଭଳି ପୁରସ୍କାର ଘୋଷଣା କରାଯାଇଥିବା ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri