ସ୍ବାସ୍ଥ୍ୟସେବାରେ ଉନ୍ନତି ନ ହେଲେ ଆନ୍ଦୋଳନ: କଂଗ୍ରେସ

ବାଲେଶ୍ୱର ଅଫିସ,୧୧।୬- ବାଲେଶ୍ୱର ଜିଲାରେ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡ଼ିିଛି। ଜିଲାରେ ଏମ୍ସ (ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ) ଭଳି ହସ୍‌ପିଟାଲ ଖୋଲିବା ପାଇଁ ତତ୍‌କାଳୀନ କଂଗ୍ରେସ ଶାସିତ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଥିଲେ। ମାତ୍ର ବର୍ତ୍ତମାନର ଭାଜପା ସରକାର ଏହାକୁ କେବଳ ଓପିଡ଼ି ଭିତରେ ସୀମିତ ରଖିଛନ୍ତି। ଏହା ଜିଲାବାସୀଙ୍କ ପାଇଁ ଦୁର୍ଭାଗ୍ୟର ବିଷୟ। ଯଥାଶୀଘ୍ର ଜିଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତି ନ ଘଟିଲେ ବ୍ୟାପକ ଆନ୍ଦୋଳନ ହେବ ବୋଲି କଂଗ୍ରେସ ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।
ଜିଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ବୁଧବାର ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ଏଥିରେ ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସମ୍ପାଦକ ସଞ୍ଜୀବ ଗିରି ଯୋଗଦେଇ କହିଲେ ଯେ, ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ସହରର କିଛି ସ୍ଥାନରେ ଲଗାଯାଇଥିଲା। ଜିଲାବାସୀ ଭୋଟ ଦେଇ ଏମ୍‌ପି ଭାବେ ବାଛିଥିବା ପ୍ରାର୍ଥୀଙ୍କୁ ବିଶ୍ୱ ମହାମାରୀ କରୋନା ଏବଂ ‘ଅମ୍ଫନ’ ମହାବାତ୍ୟା ସମୟରେ ନ ଦେଖି ନିଆରା ଢଙ୍ଗରେ ପ୍ରତିବାଦ କରିଥିଲେ। ଯାହାକି ଜଣେ ଏମ୍‌ପିଙ୍କ ସମ୍ମାନକୁ କ୍ଷୁଣ୍ଣ କରିଥିଲା। ପୋଷ୍ଟର ମାରିବାରେ ସାମିଲ ଥିବା ଲୋକଙ୍କ ଉପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଉକ୍ତ ଚିତ୍ରର ଫଟୋ ଉତ୍ତୋଳନ କରି ଫେସବୁକ୍‌ରେ ଅପଲୋଡ୍‌ କରିଥିବା ଦୁଇ କଂଗ୍ରେସ ଛାମୁଆ ନେତାଙ୍କ ନାମରେ ଲିଖିତ ଅଭିଯୋଗ କରିବା ଏବଂ ଗିରଫ କରାଇବା ଗଣତନ୍ତ୍ରର ଶ୍ୱାସରୁଦ୍ଧ କରାଯାଇଥିବା ଗିରି ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ କେବଳ କାଗଜ କଲମରେ ହିସାବ ବାଲେଶ୍ୱରବାସୀ ଚାହାନ୍ତି ନାହଁି, କାମ କରି ଦେଖାଇବା ପାଇଁ ଆହ୍ବାନ କରିଛନ୍ତି। ଆଗାମୀ ଦିନରେ ଜିଲାର ଆବଶ୍ୟକତା ପୂରଣ କରିବା ସହ ସ୍ବାସ୍ଥ୍ୟସେବାରେ ଉନ୍ନତି ନ କଲେ କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଗିରି ଚେତାବନୀ ଦେଇଛନ୍ତି। କଂଗ୍ରେସ ଦଳର ଏମ୍‌ପି ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୭୦ରୁ ଊର୍ଦ୍ଧ୍ୱ ଦିନ ଧରି କରୋନା ମହାମାରୀରେ ପ୍ରଭାବିତ ହୋଇଥିବା ଜିଲାବାସୀଙ୍କୁ କଂଗ୍ରେସ ତରଫରୁ ଶୁଖିଲା ଓ ରନ୍ଧାଖାଦ୍ୟ ସମେତ ସମସ୍ତ ପ୍ରକାରର ସହଯୋଗ କରାଯାଇଛି। ପୁଣି ପୌରାଞ୍ଚଳ ସମେତ ଜଳେଶ୍ୱର, ନୀଳଗିରି, ସୋର ଏନ୍‌ଏସିର ପ୍ରତ୍ୟେକ ୱାର୍ଡରେ କଂଗ୍ରେସ କର୍ମୀଙ୍କ ଦ୍ୱାରା ସାନିଟାଇଜର୍‌ ବଣ୍ଟନ କରାଯାଇଥିବା ଟାଉନ୍‌ ସଭାପତି ତଥା ପୂର୍ବତନ କାଉନ୍‌ସିଲର ପଦ୍ମଲୋଚନ ଲେଙ୍କା କହିଥିଲେ। ଏହି ଖବରଦାତା ସମ୍ମିଳନୀରେ ବହୁ କଂଗ୍ରେସ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri