ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ : ଆନ୍ଦୋଳନ ଚେତାବନୀ

ବ୍ରହ୍ମପୁର ଅଫିସ,୨।୯: ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ନେଇ ଫୋରମ୍‌ ଫର୍‌ ଗଞ୍ଜାମ ପକ୍ଷରୁ ଆନ୍ଦୋଳନ ଚେତାବନୀ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସାଧାରଣ ବୈଠକ ଆର୍ଯ୍ୟଭଟ ଫାଉଣ୍ଡେସନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଂଯୋଜକ ସୁଧୀର କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବଡ଼ ମେଡ଼ିକାଲ ଏବଂ ସିଟି ହସ୍ପିଟାଲ୍‌ରେ ଥିବା ବିଭିନ୍ନ ସମସ୍ୟା ଯଥା ସିଟି ସ୍କାନିଂର ଅଭାବ, ଡାଏଲିସିସ୍‌, ଅଲ୍‌ଟ୍ରାସାଉଣ୍ଡ, ଡିଜିଟାଲ୍‌ ଏକ୍ସରେ, ନିରାମୟରେ ଔଷଧ ଆଦି ସୁବିଧା ଦେବାରେ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ବହୁବାର ଅଧ୍ୟକ୍ଷ, ପରିଚାଳକ, ଜିଲାପାଳ, ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନାହିଁ । ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ସେବା ନ ପାଇ ଲୋକମାନେ କଟକ, ଭୁବନେଶ୍ୱର, ବିଶାଖାପାଟଣାକୁ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି । ଆଗାମୀ ଦିନରେ ପୁଣି ଥରେ ପ୍ରଶାସକଙ୍କୁ ସାକ୍ଷାତ କରି ମେଡିକାଲ୍‌ ସମସ୍ୟା ସମ୍ପର୍କରେ ଅବଗତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆଇଜର୍‌ର ଭିତ୍ତିଭୂମି ଏବଂ ନିର୍ମାଣ ପାଇଁ ସରକାର ଟଙ୍କା ଯୋଗାଇ ଦେଇଛନ୍ତି । ହେଲେ ପରିବେଶ ମଞ୍ଜୁରୀ ମିଳୁନି । ଯାହା ଫଳରେ ନିର୍ମାଣ କାର୍ଯ୍ୟ ଧିମା ପଡ଼ିଯାଇଛି । ଏଣୁ ସରକାରଙ୍କ ଉପରେ ଚାପ ପକାଇବାକୁ ନିଷ୍ପତ୍ତି ନିଆଯାଇଛି। ମହାନଦୀ ବଞ୍ଚାଅ ଆନ୍ଦୋଳନରେ ଦକ୍ଷିଣ ଓଡ଼ିଶାର ନଦୀଗୁଡ଼ିକୁ ସାମିଲ୍‌ କରାଯାଇଛି। ଏହି କ୍ରମରେ ଆସନ୍ତା ଦିନରେ ରାୟଗଡ଼ା, ନବରଙ୍ଗପୁର, ଗୁଣୁପୁର, କୋଟପାଡ଼, ପାରଳାଖେମୁଣ୍ଡିଠାରେ ଆଲୋଚନାଚକ୍ର ଆୟୋଜନ କରାଯିବ। ବ୍ରହ୍ମପୁରଠାରେ ଆସନ୍ତା ୧୫ ତାରିଖରେ ଋଷିକୂଲ୍ୟା, ବାହୁଦା ନଦୀର ଶାଖା ଓ ଉପନଦୀକୁ କିଭଳି ପ୍ରଦୂଷଣ ମୁକ୍ତ କରାଯାଇପାରିବ, ସେ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ ହେବ। ଏଥିରେ ନଦୀ ବଞ୍ଚାଅର ଅଧ୍ୟକ୍ଷ ସୁଦର୍ଶନ ଦାସ, ଭୃଗୁବକ୍ସି ପାତ୍ର ଏବଂ ଅନ୍ୟ ବକ୍ତାମାନେ ଭାଗନେବେ। କାର୍ଯ୍ୟକ୍ରମର ସଫଳତା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri