ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା

ବ୍ରହ୍ମପୁର ଅଫିସ୍‌,୩ା୯-ଫୋରମ୍‌ ଫର୍‌ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ ।
ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଯୋଗୁ ଆଗାମୀ ଦିନରେ ଏହା ବିରୋଧରେ ଆନ୍ଦୋଳନ ପାଇଁ ଆଲୋଚନା ହୋଇଥିଲା।
ମେଡ଼ିକାଲ ଏବଂ ସିଟି ହସ୍‌ପିଟାଲ୍‌ରେ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଉଭୟ ଚିକିତ୍ସାଳୟରେ ସିଟି ସ୍କାନର ଅଭାବ, ଡାଏଲିସିସ୍‌, ଅଲ୍‌ଟ୍ରାସାଉଣ୍ଡ, ଡିଜିଟାଲ୍‌ ଏକ୍ସ-ରେ, ନିରାମୟ ଯୋଜନାରେ ଔଷଧ ଆଦି ସୁବିଧା ଦେବାରେ ସରକାରଙ୍କ ବିଫଳତାକୁ ନେଇ ଅସନ୍ତୋଷ ଦେଖାଦେଇଥିଲା। ଏ ସମ୍ପର୍କରେ ବହୁଥର ଅଧ୍ୟକ୍ଷ, ପରିଚାଳକ, ଜିଲାପାଳ, ମୁଖ୍ୟଶାସନ ସଚିବ, ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନାହିଁ ।
ଅନ୍ୟପଟେ ସ୍ବାସ୍ଥ୍ୟ ସେବା ନ ପାଇ ଲୋକମାନେ କଟକ, ଭୁବନେଶ୍ୱର, ବିଶାଖାପାଟଣାକୁ ଯାଇ ଖର୍ଚ୍ଚାନ୍ତ ହେଉଛନ୍ତି । ଆଗାମୀ ଦିନରେ ପୁଣି ଥରେ ପ୍ରଶାସକଙ୍କୁ ସାକ୍ଷାତ କରି ମେଡ଼ିକାଲ୍‌ ସମସ୍ୟା ସମ୍ପର୍କରେ ଅବଗତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଆଇଜର୍‌ର ଭିତ୍ତିଭୂମି ଏବଂ ନିର୍ମାଣ ପାଇଁ ସରକାର ଟଙ୍କା ଯୋଗାଇ ଦେଇଛନ୍ତି। ହେଲେ ପରିବେଶ ମଞ୍ଜୁରୀ ମିଳୁନି। ଫଳରେ ନିର୍ମାଣ କାର୍ଯ୍ୟ ମାନ୍ଦା ପଡ଼ିଯାଇଛି । ଏଣୁ ସରକାରଙ୍କ ଉପରେ ଚାପ ପକାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ମହାନଦୀ ବଞ୍ଚାଅ ଆନ୍ଦୋଳନରେ ଦକ୍ଷିଣ ଓଡ଼ିଶାର ନଦୀଗୁଡ଼ିକୁ ସାମିଲ୍‌ କରାଯାଇଛି। ଏହି କ୍ରମରେ ଆସନ୍ତା ଦିନରେ ରାୟଗଡ଼ା, ନବରଙ୍ଗପୁର, ଗୁଣୁପୁର, କୋଟପାଡ଼ ଓ ପାରଳାଖେମୁଣ୍ଡିରେ ଆଲୋଚନା ଚକ୍ର ଆୟୋଜନ କରାଯିବ। ବ୍ରହ୍ମପୁରରେ ଆସନ୍ତା ୧୫ତାରିଖରେ ଋଷିକୂଲ୍ୟା, ବାହୁଦା ନଦୀର ଶାଖା ଓ ଉପନଦୀକୁ କିଭଳି ପ୍ରଦୂଷଣ ମୁକ୍ତ କରାଯାଇ ପାରିବ, ସେ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। ଏଥିରେ ନଦୀ ବଞ୍ଚାଅ ଅଧ୍ୟକ୍ଷ ସୁଦର୍ଶନ ଦାସ, ଭୃଗୁ ବକ୍ସିପାତ୍ର ଏବଂ ଅନ୍ୟ ବକ୍ତାମାନେ ଭାଗନେବେ। କାର୍ଯ୍ୟକ୍ରମର ସଫଳତା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଅପରପକ୍ଷେ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ ଅଧ୍ୟକ୍ଷ ତଥା ପରିବେଶବିତ୍‌ ସୁଧୀର କୁମାର ରାଉତ ପରିବେଶ ସୁରକ୍ଷା ଦିଗରେ ଅନେକ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି । ନିଜସ୍ବ ଉଦ୍ୟମରେ ଚାରା ରୋପଣ ସହ ପ୍ଲାଷ୍ଟିକ୍‌ ଓ ପଲିଥିନ୍‌ ବିରୋଧରେ ପଥପ୍ରାନ୍ତ ସଭା କରୁଛନ୍ତି। ସିଡ୍‌ବଲ୍‌ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ଦିଗରେ ପଦକ୍ଷେପ ନେଇଛନ୍ତି। ଫଳରେ ତାଙ୍କ ନାମ ବର୍ତ୍ତମାନ ଓଡ଼ିଶା ସିଟିଜେନ୍‌ ଆୱାର୍ଡ଼ ପାଇଁ ଚୂଡ଼ାନ୍ତ ହୋଇଛି। ଆଗାମୀ ଦିନରେ ତାଙ୍କୁ ଅଧିକରୁ ଅଧିକ ଭୋଟ୍‌ଦେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ସଂଗଠନର ବହୁ ସଦସ୍ୟା ସଦସ୍ୟ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri