ସ୍ବାସ୍ଥ୍ୟ ବିଭାଗକୁ ‘କରୋନା’ ଚିନ୍ତା

ଢେଙ୍କାନାଳ ଅଫିସ, ୨।୨ – ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ‘କରୋନା’ ଭାଇରସ୍‌। ଚାଇନାରୁ ଆରମ୍ଭ ହୋଇଥିବା ଏହି ସଂକ୍ରାମକ ରୋଗ ଦିନକୁ ଦିନ ନିଜର କାୟା ବିସ୍ତାର କରିଚାଲିଛି। ଭାରତରେ ମଧ୍ୟ ଏହାର ପଦଧ୍ୱନି ଶୁଣିବାକୁ ମିଳିଲାଣି। ଏବେସୁଦ୍ଧା ଏହାର ପ୍ରତିଷେଧକ ବାହାରି ନ ଥିବାରୁ ସତର୍କତା ହିଁ ସଂକ୍ରମଣରୁ ବର୍ତ୍ତିବାର ଏକମାତ୍ର ଉପାୟ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ଏପରି ସ୍ଥଳେ ‘କରୋନା’କୁ ନେଇ ଚିନ୍ତାରେ ପଡ଼ିଛି ଢେଙ୍କାନାଳ ସ୍ବାସ୍ଥ୍ୟ ବିଭାଗ। ଏ ନେଇ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର ଯୋଗଦେଇ କରୋନା ଭାଇରସ୍‌ର ଲକ୍ଷଣ ଏବଂ ଏଥିରୁ ସତର୍କ ରହିବାର ଉପାୟ ସମ୍ପର୍କରେ ଆଲୋକପାତ କରିଥିଲେ।
ଚାଇନାର ବୁହାନ ସହରରୁ ସୃଷ୍ଟି ହୋଇଥିବା ଏହି ଭୂତାଣୁ ଏବେ ସାରା ବିଶ୍ୱକୁ କବଳିତ କରିବାରେ ଲାଗିଛି। ସାମୁଦ୍ରିକ ଖାଦ୍ୟରୁ ଏହା ମଣିଷ ଶରୀରକୁ ସଂକ୍ରମିତ ହେଉଥିବା ଜଣାପଡ଼ିଛି। ସଂକ୍ରମଣର ଶିକାର ରୋଗୀଙ୍କ ପାଖରେ କାଶିବା, ଛିଙ୍କିବା, ନାକରୁ ପାଣି ବାହାରିବା, ମୁଣ୍ଡବ୍ୟଥା, ଜ୍ୱର ଭଳି ଲକ୍ଷଣ ଦେଖାଦିଏ। ଏହା ସହଜରେ ଅନ୍ୟ ଶରୀରକୁ ବ୍ୟାପୁଛି। ରୋଗକୁ ଚିହ୍ନବା କଷ୍ଟକର। ଏହାର ପ୍ରତିକାର ପାଇଁ ଇଞ୍ଜେକ୍ସନ ବାହାରି ନ ଥିବାରୁ ପ୍ରାଥମିକ ପଦକ୍ଷେପ ସ୍ବରୂପ ସାବଧାନ ଅତ୍ୟନ୍ତ ଜରୁରୀ ବୋଲି ଜିଲାପାଳ ପରାମର୍ଶ ଦେଇଥିଲେ। ପ୍ରାଥମିକ ପଦକ୍ଷେପ ସ୍ବରୂପ ସମସ୍ତ ସରକାରୀ ଡାକ୍ତରଖାନାରେ ଆଇସୋଲେଶନ ୱାର୍ଡ ଗଠନ କରାଗଲେ ସମ୍ଭାବ୍ୟ ବିପଦକୁ ଟାଳିଦେଇ ହେବ। ଯଦିଓ ଭାରତରେ ସଂକ୍ରମଣର ଗୁରୁତର ପ୍ରଭାବ ନାହିଁ, ତେବେ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ଜିଲାପାଳ କହିଥିଲେ।
‘କରୋନା’ ଲକ୍ଷଣ ଦେଖାଯାଉଥିବା ରୋଗୀଙ୍କୁ ସ୍ବତନ୍ତ୍ର ପ୍ରକୋଷ୍ଠରେ ରଖାଯାଇ ଚିକିତ୍ସା କରାଯିବ। ଏଥି ଲାଗି ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଜନସାଧାରଣ ଟୋଲ ଫ୍ରି ନମ୍ବର-୨୨୬୮୧୮ରେ ସମ୍ପର୍କ କରି ଏ ନେଇ ତଥ୍ୟ ଜାଣିପାରିବେ। ରୋଗକୁ ନେଇ ଭୟଭୀତ କିମ୍ବା ବିଭ୍ରାନ୍ତକାରୀ ଖବରକୁ ବିଶ୍ୱାସ ନ କରିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବୈଠକରେ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ, କର୍ମକର୍ତ୍ତା, ନର୍ସ, ସ୍ବାସ୍ଥ୍ୟ ସହାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri