Posted inରାଜ୍ୟ

ସ୍ବାସ୍ଥ୍ୟ ବିଭାଗର କ୍ଷୟକ୍ଷତି ଆକଳନ କରିବେ ଅନ୍ତର୍ଜାତୀୟ ପ୍ରତିନିଧି ଦଳ: ଜୁନ୍‌ ୩ରେ ରିପୋର୍ଟ ପ୍ରଦାନ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଫନୀ କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଓଡ଼ିଶା ଗସ୍ତରେ ଆସିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ, ବିଶ୍ୱବ୍ୟାଙ୍କ ଏବଂ ୟୁନିସେଫ୍‌ ପ୍ରତିନିଧି ଦଳ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ସହିତ ବିସ୍ତୃତ ଆଲୋଚନା କରିଛନ୍ତି। ବାତ୍ୟାରେ ସ୍ବାସ୍ଥ୍ୟ ବିଭାଗର ହୋଇଥିବା କ୍ଷୟକ୍ଷତି ସହ ବାତ୍ୟା ପରବର୍ତ୍ତୀ ସ୍ଥିତିରେ ନିଆଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ପଚାରି ବୁଝିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା ଏହି ପ୍ରତିନିଧି ଦଳ ୬ ଭାଗରେ ବିଭକ୍ତ ହେବେ। ଆସନ୍ତା ୨୬ରୁ ୨୮ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବାତ୍ୟା କ୍ଷତିଗ୍ରସ୍ତ ଜିଲା ପରିଦର୍ଶନ କରି ଜୁନ୍‌ ୩ରେ ସେମାନଙ୍କ ରିପୋର୍ଟ ପ୍ରଦାନ କରିବେ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ରୀତୁ ସିଂ ଚୌହାନ ଓ ଡା. ଅବନୀ ଚନ୍ଦ୍ରନାଥ ସାହୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ସହିତ ବ୍ରହ୍ମଗିରି, କୃଷ୍ଣପ୍ରସାଦ ଓ ସତ୍ୟବାଦୀ ବ୍ଲକ ଗସ୍ତରେ ଯିବେ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ଗୌରବ ଗୁପ୍ତା ଓ ଡା. ସନ୍ତୋଷ ସାହୁଙ୍କୁ ନେଇ ଗଠିତ ଅନ୍ୟ ଟିମ୍‌ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ସହିତ କ୍ୟାପିଟାଲ ହସ୍ପିଟାଲ, କଟକସ୍ଥିତ ସିଟି ହସ୍ପିଟାଲ ଯାଇ କ୍ଷୟକ୍ଷତି ଆକଳନ କରିବେ। ସେହିଭଳି ୟୁନିସେଫ୍‌ର ଡା. ବ୍ରଜେଶ ରାଜ ମିତ୍ର, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ଡା. ଦୀପକ କୁମାର କର ଓ ଡା. ଜ୍ଞାନ ଚାନ୍ଦଙ୍କୁ ନେଇ ଗଠିତ ଟିମ୍‌ ଯାଜପୁର ଏବଂ ଭଦ୍ରକ ଜିଲା ଗସ୍ତରେ ଯିବାକୁ ସ୍ଥିର ହୋଇଛି। ବିଶ୍ୱବ୍ୟାଙ୍କର ଡା. ସୁରେଶ କୁମାର ମହମ୍ମଦ ଓ ୟୁନିସେଫ୍‌ର ଦୀପକ କୁମାର ବିଶ୍ୱାଳଙ୍କୁ ନେଇ ଗଠିତ ଟିମ୍‌ ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାର ବିଭିନ୍ନ ସ୍ବାସ୍ଥ୍ୟ ଅନୁଷ୍ଠାନ ପରିଦର୍ଶନ ସହିତ କ୍ଷୟକ୍ଷତି ଆକଳନ କରିବେ। ଆଲୋଚନା ସମୟରେ ବିଭାଗ ପକ୍ଷରୁ କ୍ଷୟକ୍ଷତି ସଂକ୍ରାନ୍ତରେ କରାଯାଇଥିବା ଆକଳନ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା। ଏଥିସହିତ ବାତ୍ୟା ପୂର୍ବରୁ ଓ ପରେ ବିଭାଗ ପକ୍ଷରୁ ଜାରି ରହିଥିବା ବିଭିନ୍ନ ପଦକ୍ଷେପ ସଂକ୍ରାନ୍ତରେ ଅନ୍ତର୍ଜାତୀୟ ପ୍ରତିନିଧିମାନଙ୍କୁ ବିସ୍ତୃତ ଭାବେ ଅବଗତ କରାଯାଇଥିଲା। ବିଭାଗ କମିଶନର ଡା. ମେହେର୍ଦ୍ଦାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶିକା ଅର୍ଚ୍ଚନା ପଟ୍ଟନାୟକ, ବିଭାଗ ଯୁଗ୍ମ ସଚିବ ଯାମିନୀ ଷଡ଼ଙ୍ଗୀ, ସ୍ବତନ୍ତ୍ର ସଚିବ ଡା. ବି.କେ. ବ୍ରହ୍ମା ଓ ଡା. ଲିଙ୍ଗରାଜ ମିଶ୍ରଙ୍କ ସହ ସମସ୍ତ ବିଭାଗୀୟ ନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri