ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁରୀ ଜିଲାରେ ହଇଜା ହୋଇନି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାର କୌଣସି ଅଞ୍ଚଳରେ ହଇଜା ଦେଖାଦେଇ ନାହିଁ। ଯେଉଁ କେତେଜଣ ଝାଡ଼ାବାନ୍ତି ରୋଗୀ ଚିକିତ୍ସାଳୟ ଆସୁଛନ୍ତି, ସେମାନଙ୍କ ମଧ୍ୟରୁ ସଂଖ୍ୟାଧିକ ବାସିଖାଦ୍ୟ ଓ ଭୋଜି ଖାଇ ଏଭଳି ଅସୁସ୍ଥ ହୋଇପଡ଼ୁଛନ୍ତି। କିନ୍ତୁ ଗୋଟିଏ ହେଲେ ନମୁନା ପରୀକ୍ଷାରେ ହଇଜା ମିଳି ନ ଥିବା ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ବିଭାଗ ପକ୍ଷରୁ ଦର୍ଶାଯାଇଛି ଯେ, ପୁରୀ ଜିଲାର ବିଭିନ୍ନ ଚିକିତ୍ସାଳୟକୁ ଗତ କିଛିଦିନ ଧରି ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀ ଆସିବାରେ ଲାଗିଛନ୍ତି। ଏମାନଙ୍କୁ ତୁରନ୍ତ ଚିକିତ୍ସା ସହିତ ବିପଦ ଆଶଙ୍କାରେ ସମସ୍ତ ରୋଗୀଙ୍କ ମଳ ନମୁନା ପରୀକ୍ଷା କରାଯାଉଛି। ବର୍ତ୍ତମାନ ସୁଦ୍ଧା କୌଣସି ନମୁନାରେ ହଇଜା ମିଳିନାହିଁ। ଇତିମଧ୍ୟରେ ଜିଲାର ସତ୍ୟବାଦୀ, ବ୍ରହ୍ମଗିରି, କୃଷ୍ଣପ୍ରସାଦ ଆଦି ବ୍ଲକରୁ କେତେକ ଝାଡ଼ାବାନ୍ତି ସଂକ୍ରାନ୍ତ ଅଭିଯୋଗ ଆସିଥିବା ବେଳେ ସେହି ସବୁ ସ୍ଥାନକୁ ତୁରନ୍ତ ଡାକ୍ତରୀ ଦଳ ପଠାଯାଇ ନମୁନା ସଂଗ୍ରହ କରାଯାଇଥିଲା। କୌଣସି ନମୁନାରୁ ହଇଜା ନ ଥିବା ଜଣାପଡ଼ିଥିବା ବେଳେ ସମସ୍ତେ ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ପରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେବେ ବାତ୍ୟା ହୋଇ ନ ଥିବା ସୋନପୁର ଜିଲା ନାୟକେନପାଲିର ଜାନୁମୁରା ଗ୍ରାମରେ ହଠାତ୍‌ ଝାଡ଼ାବାନ୍ତିରେ ୧୬ଜଣ ଆକ୍ରାନ୍ତ ହୋଇ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ଅନୁଧ୍ୟାନରୁ ଜଣାଯାଇଛି, ସମସ୍ତ ଆକ୍ରାନ୍ତ ବ୍ୟକ୍ତି ବାସିମିଠା ଖାଇ ଖାଦ୍ୟ ବିଷକ୍ରିୟାର ଶିକାର ହୋଇଛନ୍ତି। ଇତିମଧ୍ୟରେ ସ୍ବାସ୍ଥ୍ୟ ବିଭାଗର ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦଳ ସମ୍ପୃକ୍ତ ଅଞ୍ଚଳକୁ ଯାଇ ଖାଦ୍ୟ ନମୁନା ସହିତ ରୋଗୀଙ୍କ ମଳ ଓ ପାନୀୟ ଜଳ ନମୁନା ସଂଗ୍ରହ କରିଛନ୍ତି। ବାତ୍ୟାଞ୍ଚଳରେ ଯେଭଳି କୌଣସି ସ୍ଥାନରେ ମହାମାରୀ ନ ବ୍ୟାପେ, ସେଥିପାଇଁ ବିଭାଗ ସତର୍କତା ଅବଲମ୍ବନ କରି ସେହି ଅଞ୍ଚଳକୁ ଡାକ୍ତର, ପାରାମେଡିକ୍‌ ଏବଂ ଭ୍ରାମ୍ୟମାଣ ଚିକିତ୍ସକ ଦଳ ମୁତୟନ କରିଛି। ସେଠାକୁ ପର୍ଯ୍ୟାପ୍ତ ଔଷଧ ସହିତ ଜଳ ବିଶୋଧନ ପାଇଁ ଆବଶ୍ୟକ ହାଲୋଜିନ୍‌ ଓ କ୍ଲୋରିନ୍‌ ବଟିକା ଯୋଗାଇ ଦିଆଯାଇଛି। ବର୍ତ୍ତମାନ ବାତ୍ୟାଞ୍ଚଳରେ ରୋଗ ସର୍ବେକ୍ଷଣ କରୁଥିବା କେନ୍ଦ୍ର ସରକାର ଓ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ବିଶେଷଜ୍ଞ ଦଳ ସଂକ୍ରମଣ ସଂକ୍ରାନ୍ତରେ କୌଣସି ଆଗୁଆ ସତର୍କ ସୂଚନା ଦେଇନାହାନ୍ତି। ତେବେ ସ୍ଥିତିକୁ ଦେଖି କ୍ଷତିଗ୍ରସ୍ତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଓ ପରିମଳ ଉପରେ ସଜାଗ ଦୃଷ୍ଟି ରଖାଯାଇଛି। ପୁରୀ ଜିଲାର କୌଣସି କିଶୋରୀ ଓ ମହିଳା ଯେଭଳି ସଂକ୍ରମଣର ଶିକାର ନ ହୁଅନ୍ତି, ସେଥିଲାଗି ଆସନ୍ତା ଦୁଇମାସ ପାଇଁ ମାଗଣାରେ ୨୪ଲକ୍ଷ ସାନିଟାରୀ ନାପ୍‌କିନ୍‌ ବଣ୍ଟନ ବ୍ୟବସ୍ଥା ହୋଇଥିବା ବେଳେ ନିମାପଡ଼ା, ଗୋପ, ଅସ୍ତରଙ୍ଗ, କଣାସ, କାକଟପୁର ଓ ସତ୍ୟବାଦୀ ବ୍ଲକରେ ଏହାର ବଣ୍ଟନ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?