ସ୍ବାସ୍ଥ୍ୟ ବିଭାଗର ସୂଚନା: ପୁରୀ ଜିଲାରେ ହଇଜା ହୋଇନି

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାର କୌଣସି ଅଞ୍ଚଳରେ ହଇଜା ଦେଖାଦେଇ ନାହିଁ। ଯେଉଁ କେତେଜଣ ଝାଡ଼ାବାନ୍ତି ରୋଗୀ ଚିକିତ୍ସାଳୟ ଆସୁଛନ୍ତି, ସେମାନଙ୍କ ମଧ୍ୟରୁ ସଂଖ୍ୟାଧିକ ବାସିଖାଦ୍ୟ ଓ ଭୋଜି ଖାଇ ଏଭଳି ଅସୁସ୍ଥ ହୋଇପଡ଼ୁଛନ୍ତି। କିନ୍ତୁ ଗୋଟିଏ ହେଲେ ନମୁନା ପରୀକ୍ଷାରେ ହଇଜା ମିଳି ନ ଥିବା ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ବିଭାଗ ପକ୍ଷରୁ ଦର୍ଶାଯାଇଛି ଯେ, ପୁରୀ ଜିଲାର ବିଭିନ୍ନ ଚିକିତ୍ସାଳୟକୁ ଗତ କିଛିଦିନ ଧରି ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ରୋଗୀ ଆସିବାରେ ଲାଗିଛନ୍ତି। ଏମାନଙ୍କୁ ତୁରନ୍ତ ଚିକିତ୍ସା ସହିତ ବିପଦ ଆଶଙ୍କାରେ ସମସ୍ତ ରୋଗୀଙ୍କ ମଳ ନମୁନା ପରୀକ୍ଷା କରାଯାଉଛି। ବର୍ତ୍ତମାନ ସୁଦ୍ଧା କୌଣସି ନମୁନାରେ ହଇଜା ମିଳିନାହିଁ। ଇତିମଧ୍ୟରେ ଜିଲାର ସତ୍ୟବାଦୀ, ବ୍ରହ୍ମଗିରି, କୃଷ୍ଣପ୍ରସାଦ ଆଦି ବ୍ଲକରୁ କେତେକ ଝାଡ଼ାବାନ୍ତି ସଂକ୍ରାନ୍ତ ଅଭିଯୋଗ ଆସିଥିବା ବେଳେ ସେହି ସବୁ ସ୍ଥାନକୁ ତୁରନ୍ତ ଡାକ୍ତରୀ ଦଳ ପଠାଯାଇ ନମୁନା ସଂଗ୍ରହ କରାଯାଇଥିଲା। କୌଣସି ନମୁନାରୁ ହଇଜା ନ ଥିବା ଜଣାପଡ଼ିଥିବା ବେଳେ ସମସ୍ତେ ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ପରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେବେ ବାତ୍ୟା ହୋଇ ନ ଥିବା ସୋନପୁର ଜିଲା ନାୟକେନପାଲିର ଜାନୁମୁରା ଗ୍ରାମରେ ହଠାତ୍‌ ଝାଡ଼ାବାନ୍ତିରେ ୧୬ଜଣ ଆକ୍ରାନ୍ତ ହୋଇ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ। ଅନୁଧ୍ୟାନରୁ ଜଣାଯାଇଛି, ସମସ୍ତ ଆକ୍ରାନ୍ତ ବ୍ୟକ୍ତି ବାସିମିଠା ଖାଇ ଖାଦ୍ୟ ବିଷକ୍ରିୟାର ଶିକାର ହୋଇଛନ୍ତି। ଇତିମଧ୍ୟରେ ସ୍ବାସ୍ଥ୍ୟ ବିଭାଗର ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦଳ ସମ୍ପୃକ୍ତ ଅଞ୍ଚଳକୁ ଯାଇ ଖାଦ୍ୟ ନମୁନା ସହିତ ରୋଗୀଙ୍କ ମଳ ଓ ପାନୀୟ ଜଳ ନମୁନା ସଂଗ୍ରହ କରିଛନ୍ତି। ବାତ୍ୟାଞ୍ଚଳରେ ଯେଭଳି କୌଣସି ସ୍ଥାନରେ ମହାମାରୀ ନ ବ୍ୟାପେ, ସେଥିପାଇଁ ବିଭାଗ ସତର୍କତା ଅବଲମ୍ବନ କରି ସେହି ଅଞ୍ଚଳକୁ ଡାକ୍ତର, ପାରାମେଡିକ୍‌ ଏବଂ ଭ୍ରାମ୍ୟମାଣ ଚିକିତ୍ସକ ଦଳ ମୁତୟନ କରିଛି। ସେଠାକୁ ପର୍ଯ୍ୟାପ୍ତ ଔଷଧ ସହିତ ଜଳ ବିଶୋଧନ ପାଇଁ ଆବଶ୍ୟକ ହାଲୋଜିନ୍‌ ଓ କ୍ଲୋରିନ୍‌ ବଟିକା ଯୋଗାଇ ଦିଆଯାଇଛି। ବର୍ତ୍ତମାନ ବାତ୍ୟାଞ୍ଚଳରେ ରୋଗ ସର୍ବେକ୍ଷଣ କରୁଥିବା କେନ୍ଦ୍ର ସରକାର ଓ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ବିଶେଷଜ୍ଞ ଦଳ ସଂକ୍ରମଣ ସଂକ୍ରାନ୍ତରେ କୌଣସି ଆଗୁଆ ସତର୍କ ସୂଚନା ଦେଇନାହାନ୍ତି। ତେବେ ସ୍ଥିତିକୁ ଦେଖି କ୍ଷତିଗ୍ରସ୍ତ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଓ ପରିମଳ ଉପରେ ସଜାଗ ଦୃଷ୍ଟି ରଖାଯାଇଛି। ପୁରୀ ଜିଲାର କୌଣସି କିଶୋରୀ ଓ ମହିଳା ଯେଭଳି ସଂକ୍ରମଣର ଶିକାର ନ ହୁଅନ୍ତି, ସେଥିଲାଗି ଆସନ୍ତା ଦୁଇମାସ ପାଇଁ ମାଗଣାରେ ୨୪ଲକ୍ଷ ସାନିଟାରୀ ନାପ୍‌କିନ୍‌ ବଣ୍ଟନ ବ୍ୟବସ୍ଥା ହୋଇଥିବା ବେଳେ ନିମାପଡ଼ା, ଗୋପ, ଅସ୍ତରଙ୍ଗ, କଣାସ, କାକଟପୁର ଓ ସତ୍ୟବାଦୀ ବ୍ଲକରେ ଏହାର ବଣ୍ଟନ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri