ସ୍ବାସ୍ଥ୍ୟ ସେବା ସ୍ଥିତି ପରଖିଲେ ବିଧାନସଭା ଷ୍ଟାଣ୍ଡିଂ କମିଟି

ରାଇରଙ୍ଗପୁର/ବିଶୋଇ,୮ା୧୧(ଡି.ଏନ୍‌.ଏ.): ବିଧାନସଭା ସ୍ବାସ୍ଥ୍ୟ ବିଭାଗ ଷ୍ଟାଣ୍ଡିଂ କମିଟି ଗୁରୁବାର ରାଇରଙ୍ଗପୁର ଓ ବିଶୋଇ ଗସ୍ତ କରି ସ୍ବାସ୍ଥ୍ୟସେବା ପରଖିଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ରଙ୍କ ଅଧ୍ୟକ୍ଷତାରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ମୋରଡ଼ା ବିଧାୟକ ରାଜକିଶୋର ଦାସ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ଓ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ ପ୍ରମୁଖ ବିଭିନ୍ନ ଡାକ୍ତରଖାନା ପରିଦର୍ଶନ କରିଥିଲେ।
ଏହି କମିଟି ରାଇରଙ୍ଗପୁରର ବିଭିନ୍ନ ଡାକ୍ତରଖାନା ଯାଇ ମହିଳା, ଶିଶୁ ଓ ପ୍ରସୂତି ବିଭାଗ ସହ ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରି ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ସ୍ଥାନୀୟ ହସ୍ପିଟାଲର ଜଳଯୋଗାଣ ସହ ବିଭିନ୍ନ ସମସ୍ୟା ଉପରେ ସିଡିଏମ୍‌ଓ ଡା. ଛତିଶ ଚନ୍ଦ୍ର ମହାନ୍ତି ଏବଂ ସ୍ବାସ୍ଥ୍ୟ ଅଧିକାରୀ ଡା. ପ୍ରଦୀପ କୁମାର ମହାପାତ୍ର ପ୍ରମୁଖ ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉପଜିଲାପାଳ ଧର୍ମନନ୍ଦ ବେହେରା ଉପସ୍ଥିତଥିଲେ। ବାରିପଦାରୁ ରାଇରଙ୍ଗପୁର ଅଭିମୁଖେ ଯାଉଥିବା ସମୟରେ ଷ୍ଟାଣ୍ଡିଂ କମିଟି ହଠାତ ୪୯ ନଂ. ଜାତୀୟ ରାଜପଥ ନିକଟବର୍ତ୍ତୀ ବିଶୋଇ ପ୍ରାଥମିକ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। କମିଟିର ଏହି ଗସ୍ତ ସମୟରେ ଜିଲା ପରିଷଦ ସଦସ୍ୟ ଗୁରୁବା ମୁର୍ମୁ, ନାରାୟଣ ମହାପାତ୍ର, ସୁବାଷ ପାତ୍ର, ସୁଶାନ୍ତ ମହାନ୍ତି, ରଞ୍ଜନ କବାଟ, ସୁଶୀଲ ମାହାନ୍ତି, ଅଭିଜିତ ମାହାନ୍ତି, ଆଶିଷ ସେଠୀ,ଆନନ୍ଦ କୁମାର ରାମ,ସୁରେନ୍ଦ୍ର ବେହେରା, ସୁଜିତ ସେଠୀ, ଅନିଲ ମାହାନ୍ତି ,ସୁନ୍ଦର ମୋହନ ମାଝୀ,ଜିତେନ ବେହେରା ପ୍ରମୁଖ ଉପସ୍ଥିତ ରହି ବିଶୋଇ ମେଡିକାଲରେ ସ୍ଥାୟୀ ଡାକ୍ତର ନିଯୁକ୍ତି ,ରୋଗୀ ଶଯ୍ୟା ସଂଖ୍ୟା ବୃଦ୍ଧି,ଫ୍ୟାନ,ପାନୀୟ ଜଳ ସମସ୍ୟାର ସମାଧାନ ସହିତ ଭିତ୍ତିଭୂମୀର ଉନ୍ନତିକରଣ ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri