ସ୍ମିତାରାଣୀ ପ୍ରସଙ୍ଗ:ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ଭାଜପା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାଶପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗ ଲଗାତର ୪ଦିନ ହେଲା ଭାଜପା ସଦସ୍ୟମାନେ ବିଧାନସଭାରେ ଉଠାଇ ଆସୁଛନ୍ତି। ମାତ୍ର ମୁଖ୍ୟ ବିରୋଧୀ ଦଳର ଏହି କଥାକୁ ବାଚସ୍ପତି ଶୁଣୁନାହାନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ବିନା ଅନୁପସ୍ଥିତିରେ ବାଚସ୍ପତି ଗୃହ କାର୍ଯ୍ୟ ଚଳାଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଅଭିଯୋଗ କରିଛନ୍ତି। ସରକାରୀ ଦଳକୁ ବଞ୍ଚାଇବା ଲାଗି ବାଚସ୍ପତି ସ୍ମିତାରାଣୀ ପ୍ରସଙ୍ଗରେ ମୋଶନ ଆଣି ଆଲୋଚନା କରୁନାହାନ୍ତି ବୋଲି ସେ ଅଭିଯୋଗ କରିବା ସହିତ ଏହି ପ୍ରସଙ୍ଗରେ ଭାଜପା ବିଧାୟକ ଦଳ ସୋମବାର ରାଜ୍ୟପାଳଙ୍କ ସହଯୋଗ ଲୋଡିଛି। ବିଧାନସଭାରୁ ଏକ ବ୍ୟାନର ଧରି ଭାଜପା ବିଧାୟକମାନେ ଚାଲିଚାଲି ରାଜଭବନ ଯାଇଛନ୍ତି। ଏନେଇ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ମଧ୍ୟ ପ୍ରଦାନ କରାଯାଇଛି। ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ସ୍ମିତାରାଣୀଙ୍କୁ ବଳାତ୍କାର ଏବଂ ପରବର୍ତ୍ତୀ ସମୟରେ ହତ୍ୟା କରାଯାଇଛି। ମାତ୍ର ଏଥିରେ ଶାସକ ଦଳ କେତେଜଣ ନେତା ସାମିଲ ଥିବାରୁ ଏହାକୁ ଏକ ଆତ୍ମହତ୍ୟାର ରୂପ ଦେବା ପାଇଁ ସରକାରୀ ଷଡ଼ଯନ୍ତ୍ର ଚାଲିଛି। ପ୍ରଥମେ ଏହି ଷଡ଼ଯନ୍ତ୍ର ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ର ଓ ବିଜେଡିର ନେତାମାନେ ଆରମ୍ଭ କରିଥିଲେ ପରବର୍ତ୍ତୀ ସମୟରେ ଏହାକୁ ଏସ୍‌ପି, ମହିଳା କମିଶନ ଅଧ୍ୟକ୍ଷା ଆଗକୁ ନେଲେ। ଆଉ ଏଥିରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଧ୍ୟ ସାମିଲ ହେଲେ। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିବିଆଇ ହାତରେ ତଦନ୍ତ ଭାର ହସ୍ତାନ୍ତର କରିବାକୁ ଭାଜପା ବିଧାୟକମାନେ ୩ଦିନ ହେଲା ନୀରବ ପ୍ରତିବାଦ କରି ଆସୁଥିଲେ। ମାତ୍ର ବିରୋଧୀ ଦଳର ଅନୁପସ୍ଥିତିରେ ବାଚସ୍ପତି ଗୃହ ଚଳାଇ ଆସୁଛନ୍ତି। ବାଚସ୍ପତି ଶାସକ ଦଳର ସମର୍ଥନରେ ପକ୍ଷପାତିତା କରୁଥିବାରୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ନେତୃତ୍ୱରେ ବିଧାୟକମାନେ ରାଜ୍ୟପାଳଙ୍କୁ ଭେଟି ହସ୍ତକ୍ଷେପ ଲୋଡିଛନ୍ତି। ଏହି ଅବସରରେ ପ୍ରଦୀପ୍ତ କହିଛନ୍ତି ଯେ, ସ୍ମିତାରାଣୀଙ୍କ ବାପା ଥାନାରେ ଏତଲା ଦେବାବେଳେ ଜଣେ ପୋଲିସ ଅଧିକାରୀ ତାଙ୍କୁ ଝିଅ ଆତ୍ମହତ୍ୟା କରିଛି ବୋଲି ଲେଖିବା ପାଇଁ ବାଧ୍ୟ କରିଥିଲେ ବୋଲି କହିଥିଲେ। ପୋଷ୍ଟମର୍ଟମ ରିପୋର୍ଟରେ ଆତ୍ମହତ୍ୟାଜନିତ ମୃତ୍ୟୁ ବୋଲି କେବେ ବି ଲେଖାଯାଇ ନ ଥାଏ। ତେବେ ମନ୍ତ୍ରୀ ବିଧାନସଭାରେ ଏହାକୁ ଆତ୍ମହତ୍ୟା ବୋଲି କହିଲେ। ତେବେ ଏକଥା ସେ କେଉଁ ସୂତ୍ରରୁ ଜାଣିଲେ। ଆମେ ଏହି ଘଟଣା ଉପରେ ଆଲୋଚନା ପାଇଁ ବିଧାନସଭାରେ ମୋଶନ ଆଣିବା ପାଇଁ ଚାହିଁଥିଲୁ। ମାତ୍ର ବାଚସ୍ପତି ଆମ ଦାବିକୁ ଗ୍ରହଣ କଲେ ନାହିଁ। ରାଜ୍ୟର ସାମ୍ବିଧାନିକ ମୁଖ୍ୟଭାବେ ରାଜ୍ୟପାଳ ବାଚସ୍ପତିଙ୍କୁ ଏହି ମର୍ମରେ ନିର୍ଦ୍ଦେଶ ଦେବା ପାଇଁ ଅନୁରୋଧ କରିଛୁ ବୋଲି ପ୍ରଦୀପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri