ସ୍ମିତାରାଣୀ ମୃତ୍ୟୁ ଘଟଣାକୁ ନେଇ ବର୍ଷିଲା ଭାଜପା

ଭୁବନେଶ୍ୱର,୩ା୧(ବ୍ୟୁରୋ): ଯାଜପୁର ଜିଲା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ଅଢ଼େଇ ମାସ ବିତିଥିଲେ ମଧ୍ୟ ଏହି ଘଟଣାର ରହସ୍ୟ ପର୍ଦ୍ଦାଫାଶ ହୋଇନାହିଁ। ପୂର୍ବରୁ ଏହି ହତ୍ୟା ଘଟଣାରେ ଯାଜପୁର ଏସ୍‌ପି ସ୍ମିତାରାଣୀଙ୍କୁ ଚରିତ୍ରହୀନ ଦର୍ଶାଇ ଘଟଣାକୁ ଏକ ନୂଆମୋଡ ଦେଇଥିଲେ। ଏବେ ଯାଜପୁର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ହେପାଜତକୁ ନେବା ପରିବର୍ତ୍ତେ ଜାଣିଶୁଣି ଦୁର୍ବଳ ଚାର୍ଜଶିଟ କରି ଜାମିନ ଦେବାକୁ ଷଡ଼ଯନ୍ତ୍ର କରୁଥିବା ଭାଜପା ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି ଯେ, ଏହି ଘଟଣାରେ ପୋଲିସ ରୂପେଶ ଭଦ୍ରଙ୍କୁ ଗିରଫ କରିଛି କିନ୍ତୁ ତାଙ୍କୁ ହେପାଜତକୁ ନେଇନାହିଁ। କେଉଁ ଆଧାରରେ ପୋଲିସ ୨ ହଜାର ପୃଷ୍ଠାର ଚାର୍ଜଶିଟ ଦାଖଲ କରିଛି। ମୁଖ୍ୟ ଅପରାଧୀଙ୍କୁ ପୋଲିସ ହେପାଜତକୁ ନିଆ ନ ଯାଇ ଚାର୍ଜଶିଟ କିପରି ତିଆରି କଲା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ମୃତା ସ୍ମିତାରାଣୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ଅନୁଯାୟୀ ସେ ଆତ୍ମହତ୍ୟା କରିନାହାନ୍ତି। କିନ୍ତୁ ପୋଲିସ ଘଟଣାର ୩ଦିନ ପରେ ଏହାକୁ ଆତ୍ମହତ୍ୟାର ରୂପ ଦେଇ ଘଟଣାକୁ ଦିଗହରା କରିବାକୁ ବସିଥିଲା। ମୃତ୍ୟୁ ସମୟରେ ଉପସ୍ଥିତ ଅନ୍ୟ ୪ଜଣଙ୍କୁ ପୋଲିସ ତଦନ୍ତ ପରିସରଭୁକ୍ତ କଲାନାହିଁ। ଉକ୍ତ ଘଟଣାରେ ସ୍ମିତାରାଣୀଙ୍କ ମୃତ୍ୟୁ ସମୟରେ ଉପସ୍ଥିତ ୪ଜଣଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ। ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ଘଟଣାରେ ସମ୍ପୃକ୍ତ ଅଛନ୍ତି ଏବଂ ଦୋଷୀଙ୍କୁ ଘଣ୍ଟ ଘୋଡ଼ାଇବା ପାଇଁ ସବୁ ପ୍ରକାର ପ୍ରଚେଷ୍ଟା କରିଆସିଛନ୍ତି। ଏଣୁ କେବଳ ସିବିଆଇ ତଦନ୍ତ ହେଲେ ହିଁ ସମସ୍ତ ଘଟଣାର ପର୍ଦ୍ଦାଫାଶ ହେବ, ଏହାସହ ସ୍ମିତାରାଣୀ ଏବଂ ଓଡ଼ିଶାର ସମସ୍ତ ମହିଳାଙ୍କୁ ନ୍ୟାୟ ମିଳିପାରିବ ବୋଲି ଲେଖାଶ୍ରୀ କହିଛନ୍ତି। ଲେଖାଶ୍ରୀଙ୍କ ଖବରଦାତା ସମ୍ମିଳନୀର ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ଏଭଳି ସ୍ପର୍ଶକାତର ବିଷୟ ଉପରେ ମନ୍ତବ୍ୟ ଦେବା ସମୟରେ ନମ୍ରତା ଅବଲମ୍ବନ କରିବା ଦରକାର। ଏମିତି ନିମ୍ନମାନର ବକ୍ତବ୍ୟ ରଖିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ୨୦୧୪ ଏବଂ ୨୦୧୯ ନିର୍ବାଚନ ପୂର୍ବରୁ ଲେଖାଶ୍ରୀ ବିଜେଡିରୁ ଟିକେଟ ନେବା ଲାଗି ଆଶା ରଖିଥିଲେ। କିନ୍ତୁ ଦଳ ତାଙ୍କୁ ମନା କରିଦେବାରୁ ସେ ଈର୍ଷାନ୍ବିତ ହୋଇ ଏଭଳି ମନ୍ତବ୍ୟ ରଖୁଛନ୍ତି ବୋଲି ସସ୍ମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri