ସ୍ମିତାରାଣୀ ମୃତ୍ୟୁ ଘଟଣା:ସିବିଆଇ ତଦନ୍ତ ଦାବିରେ ୩୧ରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ଭିଏଲ୍‌ଡବ୍ଲ୍ୟୁ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ରହସ୍ୟର ସିବିଆଇ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ପକ୍ଷରୁ ଆସନ୍ତା ୩୧ରେ ଧାରଣା ଓ ପ୍ରତିବାଦ ସଭା କରାଯିବ। ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଏହି ଧାରଣା ଓ ପ୍ରତିବାଦ ସଭାର ଆୟୋଜନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତଥ୍ୟ ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ତଥା ବାରବାଟୀ-କଟକ ନିର୍ବାଚନମଣ୍ଡଳୀର ବିଧାୟକ ମହମ୍ମଦ ମୋକିମ୍‌ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ପରେ କଂଗ୍ରେସ ପକ୍ଷରୁ ଏକ ସ୍ମାରକପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri