ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ; ବନ୍ଦ ପାଳନ କରିବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ତଥା ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କ ବ୍ୟତୀତ ଅନ୍ୟ ୩ଜଣ ବିଜେଡି ନେତା ସେଠାରେ ଉପସ୍ଥିତ ଥିଲେ। ଏପରିକି ଏକ ସିମେଣ୍ଟ କମ୍ପାନୀର ଜଣେ ଉଚ୍ଚପଦସ୍ଥ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ଘଟଣାରେ ପୋଲିସ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗରେ ରୂପେଶଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୪ ଜଣଙ୍କୁ କ’ଣ ପାଇଁ ଗିରଫ କଲାନାହିଁ। ସେମାନଙ୍କୁ ତଦନ୍ତ ପରିସରକୁ ଅଣାଯାଇନାହିଁ କିମ୍ବା ସେମାନଙ୍କୁ ପଚରାଉଚରା କରାଯାଇନାହିଁ। ଏହି ସମୟରେ ମୃତକ ସ୍ମିତାରାଣୀଙ୍କ ସ୍ବାମୀ ସୁଶୀଲ ବିଶ୍ୱାଳ ଏବଂ ଭାରତୀୟ ସେନାରେ କାର୍ଯ୍ୟରତ ତାଙ୍କର ୨ଭାଇଙ୍କୁ ଘଣ୍ଟା ଘଣ୍ଟା ଧରି କେଉଁ ତଦନ୍ତ ପରିସର ଭିତରେ ଅନ୍ତର୍ଭୁକ୍ତ କରାଯାଇଥିଲା ବୋଲି ଭାଜପା ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ସୋମବାର ପ୍ରଶ୍ନ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ଯେଉଁ ଗେଷ୍ଟ ହାଉସରେ ଏଭଳି ଘଟଣା ଘଟିଛି ସେହି ଘରକୁ ଏପଯର୍‌ୟନ୍ତ ସିଲ୍‌ କରାଯାଇନାହିଁ। ସେହିପରି ମରଶରୀର ବୁହା ହୋଇଥିବା ସ୍କର୍ପିଓ ଗାଡିକୁ ପୋଲିସ ଜବତ କରିନାହିଁ। ଏହି ହତ୍ୟାକାଣ୍ଡରେ ଅନ୍ୟମାନଙ୍କ ହାତ ରହିଥିବା ଜଣାପଡୁଛି ବୋଲି ସେ ଅଭିଯୋଗ କରିଛନ୍ତି। ଏଥିରେ ସମ୍ପୃକ୍ତ ଦୋଷୀଙ୍କୁ ପୋଲିସ ଜେରା କରିବା ପରିବର୍ତ୍ତେ ସ୍ମିତାରାଣୀଙ୍କ ପରିବାର ଲୋକଙ୍କୁ ଜେରା କରିବା ବାହାନାରେ ତଦନ୍ତ ବାଟମାରଣା କରାଯାଉଛି ବୋଲି ଲେଖାଶ୍ରୀ କହିଛନ୍ତି। ଅନ୍ୟପଟେ ଏହି ଘଟଣାରେ ଭାଜପା ଉପରେ ବର୍ଷିଛି କଂଗ୍ରେସ। ଅପରପକ୍ଷରେ ଘଟଣାକୁ ନେଇ ଭାଜପା ରାଜନୀତି କରୁଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ ଆହୁରି କହିଛନ୍ତି, କଂଗ୍ରେସ ବନ୍ଦ ଡାକରା ଦେବନାହିଁ। ବନ୍ଦ ଡାକରାକୁ ନେଇ ପ୍ରତିଯୋଗିତା ହେବା ଠିକ୍‌ ନୁହେଁ। ଏହି ଘଟଣା ଅତ୍ୟନ୍ତ ସମ୍ବେଦନଶୀଳ। ଏସ୍‌ପି ଏହି ଘଟଣାକୁ ନେଇ ଯେଉଁ ବୟାନ ରଖିଛନ୍ତି ସେଥିରୁ ବହୁ ଲୋକଙ୍କ ଉପରେ ସନ୍ଦେହ ହେଉଛି। ସ୍ମିତାରାଣୀ ଆତ୍ମହତ୍ୟା କରିଥିବା ଗେଷ୍ଟହାଉସକୁ ରାମ୍‌କୋ ସିମେଣ୍ଟ କମ୍ପାନୀ ଭଡାରେ ନେଇଥିବା କହୁଛନ୍ତି। ତେବେ ସେହି ଗେଷ୍ଟ ହାଉସଟି କାହାର। ସ୍ମିତାରାଣୀ ଆତ୍ମହତ୍ୟା କରିବାକୁ ସେହି ସ୍ଥାନ କ’ଣ ପାଇଁ ବାଛିଲେ। ସେଠାରେ କ’ଣ ହୋଇଥିଲା, ଯେଉଁଥିଲାଗି ସେ ସେଠାରେ ଆତ୍ମହତ୍ୟା କରିବାକୁ ଠିକ୍‌ ଭାବିଲେ ବୋଲି ନିରଞ୍ଜନ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri